Report Card Odisha

| Daily Odia News

ରାଜ୍ୟରୁ ୫୪୫ କରୋନା ପଜିଟିଭ୍ ଚିହ୍ନଟ,୭ ମୃତ……

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୭ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ଏମାନଙ୍କ ମଧ୍ୟରୁ ୩୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୨୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୭ ଜଣ, ବାଲେଶ୍ୱରରୁ ୪୭ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୧୦ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୭୩ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୨ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୩୭ ଜଣ, ଯାଜପୁରରୁ ୨୦ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳରୁ ୧ ଜଣ କେନ୍ଦ୍ରାପଡ଼ାରୁ ୧୦ ଜଣ, କେଉଁଝରରୁ ୩ ଜଣ, କୋରାପୁଟରୁ ୨ ଜଣ, ମୟୁରଭଞ୍ଜରୁ ୧୪ ଜଣ, ନବରଙ୍ଗପୁରରୁ ୩ ଜଣ, ପୁରୀରୁ ୬ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ୱଲପୁରରୁ ୩ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ ପୁଲରୁ ୫୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୫, ୩୦୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୧୧,୪୮୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୫୮୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି | ସେହିପରି ଆଜିର ୭ ମୃତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Breaking News