ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଆଜି ରାଜ୍ୟରେ ଆଉ ୬୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୭୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ ରହିଥିବା ବେଳେ ବରଗଡ଼ ଜିଲ୍ଲାରୁ ୭ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ରହିଥିବା ବେଳେ ସମ୍ବଲପୁର, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳ, ବଲାଙ୍ଗୀର , କଟକ, ଗଞ୍ଜାମ, ଯାଜପୁର, ପୁରୀ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ଗଜପତି, ଜଗତସିଂହପୁର , କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମୟୁରଭଞ୍ଜ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
Discussion about this post