ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୬୩୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ରହିଥିବା ବେଳେ ବରଗଡ଼, କଟକରୁ ୫ ଜଣ ଲେଖାଏଁ ରହିଛନ୍ତି। ଝାରସୁଗୁଡ଼ା, ପୁରୀରୁ ୪-୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ, କୋରାପୁଟରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, ରାୟଗଡ଼ାରୁ ଜଣେ ଲେଖାଏଁ ରହିଛନ୍ତି ।
More Stories
୨୮ରେ ଓଡିଶା ଆସିବେ ଶାହ….
ଭିଜିଲାନ୍ସ ଜାଲରେ ଜେନେରାଲ ମ୍ୟାନେଜର….
କେଜ୍ରିୱାଲ୍ଙ୍କ ବିରୋଧରେ ମାମଲା ଚଳାଇବାକୁ ଇଡିକୁ ଅନୁମତି ଦେଲେ ଉପ ରାଜ୍ୟପାଳ….