Report Card Odisha

| Daily Odia News

ରାଜ୍ୟରୁ ଆଉ ୬୫ ଜୀବନ ନେଲା କୋରାନ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦୮୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ରହିଛନ୍ତି – କଟକ ଜିଲ୍ଲାରୁ ୧୫ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ଜଣ, ଅନୁଗୁଳ ଓ ବାଲେଶ୍ୱର ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଭଦ୍ରକ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୨ଜଣ ରହିଛନ୍ତି । ଗଞ୍ଜାମ, କେନ୍ଦୁଝର, ଖୋର୍ଦ୍ଧା , କୋରାପୁଟ , ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Breaking News