ରିପୋର୍ଟ କାର୍ଡ / ଭୁବନେଶ୍ୱର
ନିର୍ଦ୍ୱନ୍ଦରେ ରାଜ୍ୟସଭାକୁ ଓଡିଶାରୁ ନିର୍ବାଚିତ ହୋଇଛନ୍ତି ୩ ପ୍ରାର୍ଥୀ। ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନରେ ବିଧାନସଭା ରିଟର୍ଣ୍ଣିଂ ଅଫିସର ଏହି ବିଷୟ ଘୋଷଣା କରିବା ସହ ବିଜୟୀ ପ୍ରାର୍ଥୀମାନଙ୍କୁ ବିଜୟ ପ୍ରମାଣ ପତ୍ର ପ୍ରଦାନ କରିଛନ୍ତି। ରାଜ୍ୟସଭା ଲାଗି ଓଡିଶାରୁ ବିଜେଡିର ଦେବାଶିଷ ସାମନ୍ତରାୟ ଏବଂ ଶୁଭାଶିଷ ଖୁଣ୍ଟିଆ ଓ ବିଜେପିର ପ୍ରାର୍ଥୀ ଭାବରେ ବର୍ତ୍ତମାନର କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ବିଜେପି ପ୍ରାର୍ଥୀଙ୍କୁ ବିଜେଡି ମଧ୍ୟ ସମର୍ଥନ କରିଥିଲା। ରାଜ୍ୟସଭା ପାଇଁ ଆଉ କେହି ପ୍ରାର୍ଥୀପତ୍ର ଦାଖଲ କରିନଥିବା ବେଳେ ଏହି ୩ ଜଣ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର କାଏମ୍ ରହିଛି। ୩ଟି ଆସନ ପାଇଁ ୩ ଜଣ ଆବେଦନ କରିଥିବାରୁ ସେମାନେ ର୍ନିଦ୍ବନ୍ଦରେ ନିର୍ବାଚିତ ହୋଇଛନ୍ତି। ସଂଖ୍ୟା ଗରିଷ୍ଠତା ଥିବାରୁ ୩ ପ୍ରାର୍ଥୀ ବିନା ଭୋଟିଂରେ ରାଜ୍ୟସଭାକୁ ଯାଇଛନ୍ତି।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……