ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପ୍ରକାଶ ପାଇବ ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି। ରାଜ୍ୟସଭା ସାଂସଦ ମମତା ମହାନ୍ତ ଇସ୍ତପା ଦେବା ପରେ ଖାଲି ପଡିଛି ଆସନ। ଆସନ୍ତା ୨୧ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରହିଛି। ୨୨ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ କରାଯାଇ ଚୂଡାନ୍ତ ପ୍ରାର୍ଥୀ ତାଲିକା ଘୋଷଣା କରାଯିବ। ୨୭ ତାରିଖ ସୁଦ୍ଧା ପ୍ରାର୍ଥୀମାନେ ନାମାଙ୍କନ ପ୍ରତ୍ୟାହାର କରିପାରିବେ। ସେପ୍ଟେମ୍ବର ୩ ତାରିଖରେ ରାଜ୍ୟସଭା ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେହିଦିନ ସନ୍ଧ୍ୟା ୫ଟାରେ ଭୋଟ୍ ଗଣତି କରାଯାଇ ନିର୍ବାଚନ ଫଳାଫଳ ଘୋଷଣା କରାଯିବ। ଗତ ଜୁଲାଇ ୩୧ ତାରିଖରେ ରାଜ୍ୟସଭା ସାଂସଦ ପଦ ସହ ବିଜେଡିରୁ ଇସ୍ତଫା ଦେଇଥିଲେ ମମତା ମହାନ୍ତ। ଖାଲି ପଡିଥିବା ଏହି ପଦବୀ ପାଇଁ ଉପନିର୍ବାଚନ ହେବାକୁ ଯାଉଛି। ତେବେ ଓଡିଶାରୁ କିଏ ରାଜ୍ୟସଭା ଯିବେ ତାକୁ ନେଇ କଳ୍ପନାଜଳ୍ପନା ଲାଗିରହିଛି।






More Stories
ବନ୍ୟା ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..
ଡିଜିପି ନିଯୁକ୍ତି ମାମଲା;ସେପ୍ଟେମ୍ବର ୨ରେ ପରବର୍ତ୍ତୀ ଶୁଣାଣି…..
ନୂଆ DGP ଚୟନ ପ୍ରକ୍ରିୟା ମାମଲାର ଆଜି ଶୁଣାଣି……