Report Card Odisha

| Daily Odia News

ବାସଭବନରୁ ବିଜେପି ସାଂସଦଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର….

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଦିଲ୍ଲୀ ସ୍ଥିତ ବାସଭବନରୁ ସାଂସଦଙ୍କ ମୃତଦେହ ଉଦ୍ଧାର । ହିମାଚଳ ମଣ୍ଡିରୁ ବିଜେପି ସାଂସଦର ରାମ ସ୍ୱରୁପ ଶର୍ମାଙ୍କ ମୃତଦେହ ଠାବ ହୋଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ପୋଲିସ ଘଟଣାସ୍ଥଳ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି । ସାଂସଦ ରାମସ୍ୱରୁପ ଶର୍ମା ନିଜ ରୁମ୍ ଭିତରେ ବେକରେ ଫାଶି ଲଗାଇ ଆତ୍ମହତ୍ୟା କରିଛନ୍ତି ।  ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ମେଡିକାଲକୁ ନେଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ କୌଣସି ସୁଇସାଇଡ଼୍‌ ନୋଟ ଘଟଣାସ୍ଥଳରୁ ମିଳିନଥିବା ସୂଚନା ମିଳିଛି । ତେବେ ସାଂସଦଙ୍କ ମୃତ୍ୟୁ ପରେ ବିଜେପିର ସଂସଦୀୟ ଦଳ ବୈଠକ ବାତିଲ ହୋଇଥିବାର ସୂଚନା ରହିଛି । ସେପଟେ ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ରାମସ୍ୱରୁପଙ୍କ ମୃତ୍ୟୁ ଖବର ପାଇ ତାଙ୍କ ଦିଲ୍ଲୀ ସ୍ଥିତ ବାସଭବନରେ ପହଞ୍ଚିଛନ୍ତି । ସୂଚନାଯୋଗ୍ୟ ଯେ, ହିମାଚଳ ପ୍ରଦେଶର ମଣ୍ଡି ଲୋକସଭା ଆସନରୁ ଦୁଇ ଦୁଇ ସାଂସଦ ଭାବେ ନିର୍ବାଚନ ହୋଇଛନ୍ତି ରାମସ୍ୱରୁପ ଶର୍ମା । ପ୍ରଥମେ ୨୦୧୪ ଏବଂ ପରେ ୧୦୧୯ରେ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ରାମସ୍ୱରୁପ ଶର୍ମା । ତେବେ ହଠାତ୍‌ ତାଙ୍କର ଏପରି ମୃତ୍ୟୁ ନେଇ ଅନେକ ସନ୍ଦେହ ସୃଷ୍ଟି କରୁଛି ।

Breaking News