Report Card Odisha

| Daily Odia News

ଅନ୍ତିମ ଯାତ୍ରାରେ ରମାକାନ୍ତ ରଥ,ଆଜି ହେବ ଶେଷକୃତ୍ୟ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଖାରବେଳନଗର ବାସଭବନରେ ବିଶିଷ୍ଟ କବି ରମାକାନ୍ତ ରଥଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମଧ୍ୟ ଶେଷ ଦର୍ଶନ କରିଛନ୍ତି। ଆଜି ପୁରୀ ସ୍ଵର୍ଗଦ୍ଵାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ ହେବ। ଗତକାଲି ପ୍ରଖ୍ୟାତ କବି, ଅବସରପ୍ରାପ୍ତ ପ୍ରଶାସକ ପଦ୍ମଭୂଷଣ ରମାକାନ୍ତ ରଥଙ୍କର ସ୍ଥାନୀୟ ଖାରବେଳନଗରସ୍ଥିତ ବାସଭବନରେ ପରଲୋକ ଘଟିଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୯୧ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ସାରା ଓଡ଼ିଶାରେ ଶୋକର ଛାୟା ଖେଳିଯାଇଛି। ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ, ରାଜନେତା, ସାହିତ୍ୟିକ ଏବଂ ଶୁ‌େ‌ଭଚ୍ଛୁ ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରି ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି। ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ମଧ୍ୟ ଶୋକବ୍ୟକ୍ତ କରିଛନ୍ତି। ଓଡ଼ିଆ ସାହିତ୍ୟ ଜଗତର ଜଣେ ସଫଳ ସ୍ରଷ୍ଟାଭାବେ ତାଙ୍କର ଥିଲା ଅନବଦ୍ୟ ଅବଦାନ। ବିଶେଷକରି ଆଧୁନିକ ସାହିତ୍ୟର ସେ ଥିଲେ ଅନନ୍ୟ ସ୍ରଷ୍ଟା।ବାସଭବନରେ ପହଞ୍ଚି ବହୁ ରାଜନେତା, ସାହିତ୍ୟିକ, ସାମ୍ବାଦିକ ଓ ଶୁଭେଚ୍ଛୁ ଶେଷଦର୍ଶନ କରି ଅମର ଆତ୍ମାର ସଦ୍‌ଗତି କାମନା କରିଥିଲେ।

Breaking News