ରିପୋର୍ଟ କାର୍ଡ / ହାଇଦ୍ରାବାଦ
ରାମୋଜୀ ଫିଲ୍ମ ସିଟିର ପ୍ରତିଷ୍ଠାତା ରାମୋଜୀ ରାଓଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ଅସୁସ୍ଥତା କାରଣରୁ ଦୀର୍ଘ ଦିନ ଧରି ସେ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ। ରାମୋଜୀ ଫିଲ୍ମ ସିଟିର ପରିଚାଳନା ନିର୍ଦ୍ଦେଶକ ଭାବେ ସେ କାର୍ଯ୍ୟ କରିଆସୁଥିଲେ। ଆଜି ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ରବିବାର ପୂର୍ବାହ୍ନ ୧୦ଟାରେ ଜୁବିଲି ହିଲ୍ସସ୍ଥିତ ମହାପ୍ରସ୍ଥାନମ୍ ଠାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବାର ସୂଚନା ରହିଛି ।






More Stories
ଇଣ୍ଡୋନେସିଆରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ‘ବିତାଙ୍ଗ ଆଦିପୂର୍ଣ୍ଣ’ ସମ୍ମାନ……
ଅଗ୍ନିବୀର ନିଯୁକ୍ତି ପାଇଁ ଆସୁଛି ନୂଆ ନିୟମ…..
ପ୍ରେମିକ ସହ ମିଶି ସ୍ବାମୀ କୁ ହତ୍ୟା କଲା ସ୍ତ୍ରୀ…..