ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆମେରିକା ପୁଣି ଗୁଳିମାଡ଼ ହୋଇଛି | ଫଳରେ ୩ ଜଙ୍କର ମୃତ୍ୟୁ ହୋଇଥିବା ବେଳେ ୨୧ ଜଣ ଆହତ ହୋଇଛନ୍ତି । ଗତ କିଛି ଦିନ ଆମେରିକାର ସର୍ବସାଧାରଣ ସ୍ଥାନରେ ଆଖି ବୁଜା ଗୁଳି ମାଡ଼ ହେଉଥିବାରୁ ଲୋକେ ଘରୁ ବାହାରୁ ନାହାନ୍ତି | ମଙ୍ଗଳବାର ରାତିରେ ୱାଶିଂଟନ ୟାକିମାସ୍ଥିତ ଏକ ମଲ୍ରେ ଦୁର୍ବୃତ୍ତର ଆଖିବୁଜା ଗୁଳିମାଡରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୧ ଜଣ ଆହତ ହୋଇଛନ୍ତି । ଦୁର୍ବୃତ୍ତଜଣଙ୍କ ଦୋକାନ ଭିତରେ ପଶି ଅତର୍କିତ ଗୁଳିମାଡ କରିଥିଲା । ଘଟଣାସ୍ଥଳରେ ହିଁ ୩ ଜଣଙ୍କ ମୃତ୍ୟୁ ହୋଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ନିକଟସ୍ଥ ହସ୍ପିଟାଲକୁ ପଠାଇଛି। ଏହି ଗୁଳିକାଣ୍ଡ ଘଟାଇଥିବା ଦୁର୍ବୃତ୍ତ ନିଜେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ପୋଲିସ ପୂରା ଅଞ୍ଚଳକୁ ସିଲ୍ କରି ତଦନ୍ତ କରୁଛି ।






More Stories
ଭରଣପୋଷଣ ଦୟା ନୁହେଁ,ସ୍ତ୍ରୀଙ୍କ ଅଧିକାର…..
କ୍ଷମା ମାଗିଲେ ଅଶ୍ୱିନ ବୈଷ୍ଣବ……
ଫ୍ଲାଟ ମୂଲ୍ୟରୁ ହଟିଲା ପାର୍କିଂ ଚାର୍ଜ…..