ରିପୋର୍ଟ କାର୍ଡ / ଜଗତସିଂହପୁର
ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ୍ କରାଯାଇଥିବା ଜଣାପଡିଛି । ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ ।ସଦର ଥାନା ଚାଟରା ସ୍ଥିତ ଘର ସମେତ ୫ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ ଟିମ୍ । ତେବେ ରେଞ୍ଜରଙ୍କ ଠାରୁ କେତେ ଟଙ୍କାର ସମ୍ପତ୍ତି ଆଦାୟ ହେଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ । ରେଡ୍ ଶେଷ ହେବା ପରେ ସମ୍ପତ୍ତିର ମୂଲ୍ୟ ସାମ୍ନାକୁ ଆସିବ । କିନ୍ତୁ ଖବର ଅନୁସାରେ, ରେଡ୍ ସମୟରେ ପୁଳାପୁଳା ସୁନା ସାଙ୍ଗକୁ ବିପୁଳ ଟଙ୍କା ଜବତ କରାଯାଇଥିବା ଜଣାପଡିଛି ।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..