Report Card Odisha

| Daily Odia News

କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ ଇନ ଏଡ଼ ବୃଦ୍ଧି…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଅନୁଦାନ ପ୍ରାପ୍ତ ଘରୋଇ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ ଇନ ଏଡ଼ ବୃଦ୍ଧି କରିଛନ୍ତି ରାଜ୍ୟ ସରକ | ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧକ୍ଷତରେ ବସିଥିବା କ୍ୟାବିନେଟ ବୈଠକରେ ଗ୍ରାଣ୍ଟ ଇନ ଏଡ଼ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି | ପିଛିଲା ଭାବେ ଜାନୁଆରୀ ୨୦୨୨ ରୁ ଲାଗୁହେବ | ଫଳରେ ରାଜ୍ୟର  ୧୫,୭୭୧ ଶିକ୍ଷକ, କର୍ମଚାରୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ବାର୍ଷିକ ଅତିରିକ୍ତ ୨ ଶହ ୯୦ କୋଟି ଟଙ୍କା ବ୍ୟୟ କରିବେ।  କ୍ୟାବିନେଟ ରେ ୧୨ ଟି ପ୍ରସ୍ତାବ ଉପରେ ମୋହର ବାଜିଛି | ଗ୍ରାମୀଣ ପାଇପ ଜଳ ଯୋଗାଣରେ ୨ଟି ପ୍ରକଳ୍ପକୁ ଅନୁମୋଦନ ମିଳିଛି । ଯାଜପୁରର ବରୀ ଓ କୋରେଇ ବ୍ଲକରେ ନିର୍ମାଣ ହେବ ଏହି ପ୍ରକଳ୍ପ । ବରୀ ଓ କୋରେଇ ବ୍ଲକରେ ନିର୍ମାଣ ହେବାକୁ ଥିବା ଏହି ପ୍ରକଳ୍ପ କାର୍ଯ୍ୟ ୫ ବର୍ଷରେ ଶେଷ ହେବ।ନୟାଗଡ଼ ଜିଲ୍ଲାର ଦଶପଲା, ଗଣିଆ ଓ ନୂଆଗାଁରେ ହେବ ୩ଟି ପାନୀୟଜଳ ପ୍ରକଳ୍ପ। ସେହିପରି ମାଲକାନଗିରିର ୪ଟି ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି । ଖଇରିପୁଟ, ମାଲକାନଗିରି, ମାଥିଲି ଓ କାଲିମେଳାରେ ଏହି ପ୍ରକଳ୍ପ ହେବ | ଓବିସି କମିସନ ଆଇନରେ ହେବ ସଂଶୋଧନ। ଜଳେଶ୍ୱର ଗୋବରୀ ଘାଟର ସୁବର୍ଣ୍ଣରେଖା ନଦୀରେ ହେବ ବ୍ରିଜ୍ । ବ୍ରିଜ୍ ପାଇଁ ଆହ୍ୱାନ କରାଯାଇଥିବା ଟେଣ୍ଡରକୁ ଅନୁମୋଦନ ମିଳିଛି। ଓଡ଼ିଶା ଗ୍ରୁପ-ବି କର୍ମଚାରୀ ନିଯୁକ୍ତି ଓ ସେବାସର୍ତ୍ତରେ ସଂଶୋଧନ। ଜିଏସ୍‌ଟି, ବାଣିଜ୍ୟ କର ଡାଟା ଏଣ୍ଟ୍ରି ଅପରେଟର ନିଯୁକ୍ତି ଅଧିନିୟମ ସଂଶୋଧନ ହୋଇଛି। ଓଡ଼ିଶା ଖାଦ୍ୟ ପରୀକ୍ଷାଗାର କର୍ମଚାରୀ ନିଯୁକ୍ତି ଅଧିନିୟମରେ ମଧ୍ୟ ସଂଶୋଧନ କରାଯାଇଛି। ଓଏସ୍‌ଜେଏସ୍‌ ଓ ଓଜେଏସ୍‌ ସେବା ଅଧିନିୟମରେ କ୍ୟାବିନେଟରେ ସଂଶୋଧନ। ଖଣି, ଭୂତତ୍ତ୍ୱ ସେବା ନିର୍ଦ୍ଦେଶାଳୟର ୫ଟି କ୍ୟାଡର ନିଯୁକ୍ତିରେ ସଂଶୋଧନ ହୋଇଛି |

Breaking News