Report Card Odisha

| Daily Odia News

ଯୁବକଙ୍କୁ ଗୁଳିମାଡ଼…..

Gun point. (File Photo: IANS)

ରିପୋର୍ଟ କାର୍ଡ / ରାଉରକେଲା

ବିଶ୍ରା ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଛି। ଆହତ ଯୁବକଙ୍କୁ ରାଉରକେଲା ସରକାରୀ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଯୁବକଙ୍କ ପେଟରେ ଗୁଳି ବାଜିଥିବା ଜଣାପଡିଛି। ତାଙ୍କ ପରିଚୟ ମିଳିନାହିଁ। ଆଜି ସକାଳେ ଯୁବକ ଜଣଙ୍କ କୌଣସି କାମରେ ବଜାରକୁ ଆସିଥିଲେ। ଏହି ସମୟରେ କିଛି ମୁଖାପିନ୍ଧା ଦୁ‍ର୍ବୃତ୍ତ ବାଇକରେ ଆସି ତାଙ୍କୁ ଗୁଳିମାଡ଼ କରି ଫେରାର ହୋଇଯାଇଥିଲେ। ସ୍ଥାନୀୟ ଲୋକ ଯୁବକଙ୍କୁ ରକ୍ତ ଜଡୁବୁଡୁ ଅବସ୍ଥାରେ ଉଦ୍ଧାର କରି ବିଶ୍ରା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଯୁବକଙ୍କର ପ୍ରାଥମିକ ଚିକିତ୍ସା କରାଯିବା ପରେ ତାଙ୍କୁ ରାଉରକେଲା ସରକାରୀ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। କେଉଁ କାରଣ ପାଇଁ ଯୁବକଙ୍କୁ ଗୁଳିମାଡ଼ ହୋଇଛି ତାର କାରଣ ଜଣାପଡ଼ି ନାହିଁ। ପୋଲିସ ଘଟଣାର ତଦନ୍ତ କରୁଥିବା ସୂଚନା ମିଳିଛି |

Breaking News