ରିପୋର୍ଟ କାର୍ଡ / କଟକ
ଭୁବନେଶ୍ୱର ଇନଫୋସିଟି ନାବାଳିକା ଗଣଦୁଷ୍କର୍ମ ମାମଲା ଉପରେ ଜନସ୍ୱାର୍ଥ ପୂର୍ଣ୍ଣଛେଦ ଟାଣିଛନ୍ତି ହାଇକୋର୍ଟ। ଏହି ମାମଲା ଉପରେ କ୍ରାଇମବ୍ରାଞ୍ଚ୍ ତଦନ୍ତ ଶେଷ ହୋଇଛି ଏବଂ ଗିରଫ ୪ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରିଛି କ୍ରାଇମବ୍ରାଞ୍ଚ୍ । ଆଇପିସିର ୩୭୬ ଡିଏ, ୩୭୬(୨) ଏନ, ୫୦୬, ୩୪ ସହ ପକସୋ ଆକ୍ଟର ଧାରା ୬ ଅନୁଯାୟୀ ଚାର୍ଜସିଟ ପକସୋ କୋର୍ଟରେ ଦାଖଲ ହୋଇଛି। ସେହିପରି ଏସମ୍ପର୍କିତ ରିପୋର୍ଟକୁ ଆଜି ସିଲ କଭର ଜରିଆରେ ହାଇକୋର୍ଟରେ କ୍ରାଇମବ୍ରାଞ୍ଚ ଦାଖଲ କରିଛି । କ୍ରାଇମବ୍ରାଞ୍ଚ ତଦନ୍ତ ଅନୁଯାୟୀ ମାମଲାରେ ଅନ୍ୟ କେହି ଅଭିଯୁକ୍ତ ସଂପୃକ୍ତ ନାହାନ୍ତି। ତେଣୁ ଦାୟର ହୋଇଥିବା ଜନସ୍ୱାର୍ଥ ମାମଲା ଉପରେ ପୂର୍ଣ୍ଣଛେଦ ଟାଣିଛନ୍ତି ହାଇକୋର୍ଟ । ତେବେ ପିଡିତା କିମ୍ବା ତାଙ୍କ ପରିବାର ଚାହିଁଲେ ଆଇନ ଅନୁଯାୟୀ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରିପାରିବେ ବୋଲି ହାଇକୋର୍ଟ କହିଛନ୍ତି ।






More Stories
ଶପଥ ନେଲେ ତାରିକ ରହମାନ…..
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..