Report Card Odisha

| Daily Odia News

ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ବନ୍ଧୁକ ଦେଖାଇ ଘରେ ପଶି ଯୁବତୀଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ନୟାପଲ୍ଲୀ ଥାନା ଅଞ୍ଚଳରେ। ଯୁବତୀଙ୍କ ଜଣକ ଘରେ ଏକା ରହୁଥିବା ବେଳେ ତାଙ୍କ ସହ ଦୁଷ୍କର୍ମ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ମିଳିଥିବା ସୂଚନାନୁସାରେ ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଖବର ପାଇ ଘଟଣାସ୍ଥଳରେ ଡିସିପି, ଜୋନ ଏସିପି ଓ ଆଇଆଇସି ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ରାଜଧାନୀର ବିଭିନ ଅଞ୍ଚଳରେ ଛାନଭିନ୍ ସହ ସିସିଟିଭି ଯାଞ୍ଚ ଚାଲିଛି।

Breaking News