ରିପୋର୍ଟ କାର୍ଡ / ଭୁବନେଶ୍ୱର
ସିନେମା ସୁଟିଂ ନାଁରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଥିଲା । ଏହି ଅଭିଯୋଗ ପରେ ଅଭିଯୁକ୍ତକୁ ପୋଲିସ ଗିରଫ କରିଛି । ଘଟଣାର ଅଧିକ ତଦନ୍ତ ଲାଗି ପଚରାଉଚରା ଜାରି ରହିଛି ପୋଲିସ | ଏନେଇ ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି । ଉଲ୍ଲେଖ ଯୋଗ୍ୟ-ଗତ ମାର୍ଚ୍ଚ ୪ତାରିଖ ଦିନ ରାତିରେ ସୁଟିଂ ବାହାନାରେ ଯୁବତୀଙ୍କ ଘରୁ ଡାକି ଆଣିଥିଲେ । ପରେ ଯୁବତୀଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ଆସିଛି । ଅଭିଯୋଗ ଆସିବା ପରେ ତଦନ୍ତ ଆରମ୍ଭ କରିଥିଲା ପୋଲିସ । ଏହିକ୍ରମରେ ଅଭିଯୁକ୍ତ ସରୋଜ ବିଶ୍ୱାଳକୁ ଖୋର୍ଦ୍ଧାରୁ ଗିରଫ କରିଛି ଭରତପୁର ଥାନା ପୋଲିସ ।






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….