ରିପୋର୍ଟ କାର୍ଡ / ରାଉରକେଲା
ସୁନ୍ଦରଗଡ଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏକ ଘରେ ପ୍ରାୟ ୧୪ ଦିନ ରଖି ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ୧୪ ଦିନ ତଳେ ନାବାଳିକା ଜଣକ ହଠାତ୍ ନିଖୋଜ ହୋଇଯାଇଥିଲେ। ହେଲେ ନାବାଳିକ ଜଣକ କୌଶଳ କ୍ରମେ ଖସି ଆସି ଥାନାରେ ପହଞ୍ଚି ଘଟଣା ସଂକ୍ରାନ୍ତରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ଗିରଫ କରିଛି। ଅନ୍ୟପକ୍ଷେ ପୋଲିସ ନାବାଳିକାଙ୍କ ବୟାନ ରେକର୍ଡ କରିଛି।






More Stories
ବଳାତ୍କାର ପରେ ହତ୍ୟା ମାମଲା: ଅଭିଯୁକ୍ତ ଏନକାଉଣ୍ଟରରେ ନିହତ…..
ପ୍ରେମିକ ସହ ମିଶି ସ୍ବାମୀ କୁ ହତ୍ୟା କଲା ସ୍ତ୍ରୀ…..
ଡିଏଭି ରେ ଗୋପାଳ ପଟ୍ଟନାୟକ ସ୍ମାରକୀ ଏବଂ ଇଂରାଜୀ ତର୍କ ପ୍ରତିଯୋଗିତା ଅନୁଷ୍ଠିତ……