ରିପୋର୍ଟ କାର୍ଡ / କେନ୍ଦ୍ରାପଡା
ଓଡ଼ିଶାର କେନ୍ଦ୍ରାପଡ଼ା ଜିଲ୍ଲାର ରସାବଳିକୁ ଜିଆଇ ଟ୍ୟାଗ ମାନ୍ୟତା ମିଳିଛି। ଏ ନେଇ ବହୁ ଦିନରୁ ଦାବି ହୋଇ ଆସୁଥିଲା। ୨୦୨୦ରେ ଜିଆଇ ମାନ୍ୟତା ପାଇଁ ଆବେଦନ କରିଥିଲା କେନ୍ଦ୍ରାପଡ଼ା ରସାବଳି ମିଷ୍ଟାନ୍ନ ନିର୍ମାତା ସଂଘ। ମାନ ଓ ଗୁଣବତ୍ତା ଯାଞ୍ଚ ପରେ ଏହି ସ୍ୱୀକୃତି ମିଳିଛି। କେନ୍ଦ୍ରାପଡ଼ା ରସାବଳିକୁ ଜିଆଇ ଟ୍ୟାଗ ମାନ୍ୟତା ମିଳିବା ଓଡ଼ିଶା ପାଇଁ ଗୌରବର ବିଷୟ ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ କରିଛନ୍ତି। ସେ କହିଛନ୍ତି, ଓଡ଼ିଶାର ଖାଦ୍ୟ ସଂସ୍କୃତି ଏବଂ ପରମ୍ପରାରେ ରସାବଳିର ବିଶେଷ ମହତ୍ଵ ରହିଛି। ଏହି ଅବସରରେ ସେ ସମଗ୍ର ଓଡ଼ିଶାବାସୀ, ଜିଲ୍ଲା ପ୍ରଶାସନ ବିଶେଷ କରି କେନ୍ଦ୍ରାପଡ଼ାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।






More Stories
ରତ୍ନଭଣ୍ଡାର ଗଣତି ବୈଠକ…..
ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ……
୧୭ରୁ ବଜେଟ ଅଧିବେଶନ: ଆଜି ସର୍ବଦଳୀୟ ବୈଠକ…..