ରିପୋର୍ଟ କାର୍ଡ / ପୁରୀ
ଆଜି ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପକୁ ବିଜେ କରିବେ ଶ୍ରୀଜିଉ। ସନ୍ଧ୍ୟା ଧୂପ ଶେଷ ହେବା ପରେ ଚାରମାଳ ବନ୍ଧାଯିବ ଏବଂ ଜନ୍ମବେଦୀକୁ ପହଣ୍ଡିରେ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି। ମଦନ ମୋହନ, ରାମକୃଷ୍ଣ, ଶ୍ରୀ ସୁଦର୍ଶନ, ବଡ଼ଭାଇ ବଳଭଦ୍ର, ଦେବୀ ସୁଭଦ୍ରା ଏବଂ ଶେଷରେ ଶ୍ରୀଜଗନ୍ନାଥ ମହାପ୍ରଭୁ ଗୋଟି ପହଣ୍ଡିରେ ଆଡ଼ପ ମଣ୍ଡପ ବିଜେ କରିବେ। ଆଜି ଅପରାହ୍ନ ଯାଏ ରଥାରୁଢ଼ ରହିବେ ମହାପ୍ରଭୁ | ଆସନ୍ତାକାଲିଠୁ ମିଳିବ ଆଡ଼ପ ଅବଢ଼ା। ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କୁ ଶ୍ରଦ୍ଧାଳୁମାନେ କିଭଳି ସୁବିଧାରେ ଦର୍ଶନ କରିବେ ସେ ନେଇ ବିଶେଷ ଗୁରୁତ୍ୱ ଦିଆଯାଇଛି। ଗର୍ଭଗୃହରେ ଶୀତତାପ ନିୟନ୍ତ୍ରିତ ବ୍ୟବସ୍ଥା କରାଯାଇଛି। ଅନ୍ୟପକ୍ଷରେ ଆଜିଠୁ ଶ୍ରୀମନ୍ଦିର ଗର୍ଭଗୃହର ଆବଶ୍ୟକୀୟ ମରାମତି ପାଇଁ ଶ୍ରୀମନ୍ଦିର ବୈଷୟିକ କମିଟି ସଦସ୍ୟଙ୍କ ସହ ପ୍ରତ୍ନତତ୍ତ୍ୱ ବିଭାଗ ଅଧିକାରୀ ଯାଞ୍ଚ କରିବେ।






More Stories
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……
ଓଡ଼ିଶା ଗସ୍ତରେ ଉପରାଷ୍ଟ୍ରପତି…..
ପ୍ରଥମ ବନ୍ୟାଜଳ ଛାଡିଲା ହୀରାକୁଦ…..