ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଶ୍ୱ ପ୍ରସିଦ୍ଧ ପବିତ୍ର ରଥଯାତ୍ରା ଅବସରରେ ରାଜ୍ୟ ବାସୀଙ୍କୁ ମହାମହିମ ରାଜ୍ୟପାଳ ଶୁଭେଚ୍ଛା ଜଣାଇଛନ୍ତି । ବିଶ୍ୱର କୋଣ ଅନୁକୋଣରେ ଥିବା ଶ୍ରୀଜଗନ୍ନାଥ ପ୍ରେମୀଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି । ରାଜ୍ୟପାଳ କହିଛନ୍ତି ମହାପ୍ରଭୁଙ୍କ ଅପାର କୃପା ସମସ୍ତଙ୍କ ଉପରେ ଅତୁଟ ରହୁ । ଏହାହିଁ ମୋର ବିଶ୍ୱନିୟନ୍ତାଙ୍କ ନିକଟରେ କାମନା । ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରଥଯାତ୍ରା ଶୁଭେଚ୍ଛା ଜଣାଇଛନ୍ତି । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି । ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଶୀର୍ବାଦରୁ ପ୍ରତ୍ୟେକଟି ଜୀବନ ମଙ୍ଗଳମୟ ହେଉ ଏହାହିଁ ମୋର ଭଗବାନଙ୍କ ନିକଟରେ ପ୍ରାର୍ଥନା ।






More Stories
ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ…..
ଡାଲମା ହାଣ୍ଡିରେ ବିଷାକ୍ତ ସାପ,୩୦ ଅସୁସ୍ଥ …..
‘ଏସ୍ଓପି’ ନ ମାନିଲେ ଦରମା ବନ୍ଦ…..