ରିପୋର୍ଟ କାର୍ଡ / ପୁରୀ
ଆଜି ମାଘ ମାସ ଶୁକ୍ଲ ପକ୍ଷ ପଞ୍ଚମୀ ତିଥି ପବିତ୍ର ଶ୍ରୀପଞ୍ଚମୀ । ବିଧି ଅନୁସାରେ ବସନ୍ତ ପଞ୍ଚମୀ ତିଥିରେରେ ସରସ୍ୱତୀଙ୍କ ମନ୍ଦିରରେ ପାଞ୍ଜି ପୂଜା କରାଯାଏ । ଏହାସହ ଆଜି ମହାପ୍ରଭୁ ଜଗନ୍ନାଥଙ୍କ ରଥକାଠ ଅନୁକୂଳ କରାଯାଏ । ପୌରାଣିକ ମତରେ ଶ୍ରୀକୃଷ୍ଣ ଶ୍ରୀରାଧା ଏକତ୍ର ପୁଷ୍ପ ଆଭରଣ ମଣ୍ଡିତ ପୂର୍ବକ ଫଗୁ ବା ବାଚେରୀ ଖେଳୁଥିବାର ସ୍ମୃତି ସ୍ବରୁପ ବସନ୍ତ ପଞ୍ଚମୀ ପାଳିତ ହୋଇଥାଏ । ରଥଯାତ୍ରା ପାଇଁ ଆଜିର ତିଥିରେ ରଥ କାଠକୁ ପୂଜାର୍ଚ୍ଚନା କରାଯିବ। ନୟାଗଡ ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ ୧୨ ଫୁଟିଆ ଧଉରା କାଠକୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ରଖାଯାଇ ଶନିବାର ସନ୍ଧ୍ୟାରେ ପୂଜାପାଠ କରାଯିବ। ପରମ୍ପରା ଅନୁସାରେ ରାଜପୁରୋହିତ ଓ ଶ୍ରୋତୀୟ ବ୍ରାହ୍ମଣଙ୍କ ଦ୍ବାରା ମା’ ସରସ୍ବତୀଙ୍କ ନିକଟରେ ସ୍ବତନ୍ତ୍ର ପୂଜା କରାଯିବା ପରେ ରଥଖଳାରେ ୩ ଖଣ୍ଡ ଧଉରା କାଠକୁ ରାଜଗୁରୁ ଓ ବ୍ରାହ୍ମଣମାନେ ବନ୍ଦାପନା କରିବା ସହିତ ପୂଜା କରିବେ। ଚଳିତବର୍ଷ ରଥଯାତ୍ରା କିଭଳି ଶାନ୍ତି ଶୃଙ୍ଖଳାର ସହିତ ସମାପନ ହେବ ସେନେଇ ଶ୍ରୀଜିଉଙ୍କ ନିକଟରେ ପ୍ରାର୍ଥନା କରାଯିବ | ସେହିପରି ଆସନ୍ତା ରାମନବମୀ ତିଥିରେ ରଥ କାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବାର ବିଧି ରହିଛି।
More Stories
ମାନ୍ନାପୁରମ୍ ରୁ ଲୁଟ୍ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ…..
‘ବିକଶିତ ଗାଁ,ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ….
ବସ୍ତି ଭିତରକୁ ପଶିଗଲା ମାଲଗାଡ଼ି ଟ୍ରେନ୍…..