ରିପୋର୍ଟ କାର୍ଡ / ପୁରୀ
ଆଜି ସକାଳ ୯ଟା ୩୦ରେ ପୁଣି ରଥ ଟଣା ହେବ। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି। ଅବକାଶ ନୀତି ପରେ ପୁଣି ରଥଟଣା ଆରମ୍ଭ ହେବ ବୋଲି ସେ ସୂଚନା ଦେଇଛନ୍ତି।
ବଡ଼ଦାଣ୍ଡରେ ୩ ରଥ ଅଟକି ରହିଥିବାବେଳେ ରଥାରୂଢ ଚତୁର୍ଦ୍ଧାବିଗ୍ରହ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି। ସକାଳ ୯ଟା ୩୦ରେ ପୁଣି ରଥଟଣା ହେବ। ଶୁକ୍ରବାର ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା ଅଘଟଣଶୂନ୍ୟ ଭାବେ ଅନୁଷ୍ଠିତ ହୋଇଛି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ କହିଛନ୍ତି। ଶ୍ରୀଗୁଣ୍ଡିଚା ଯାତ୍ରା ସମ୍ପର୍କିତ ସମସ୍ତ ନୀତିକାନ୍ତି ଠିକଣା ସମୟରେ ସମାପନ ପାଇଁ ସମସ୍ତ ସେବକ ନିଯୋଗ, ଶ୍ରୀମନ୍ଦିର ପ୍ରଶାସନ, ଜିଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନର ସମସ୍ତ କର୍ମଚାରୀ, ସରକାରଙ୍କ ବିଭିନ୍ନ ଅନୁଷ୍ଠାନ, ଗଣମାଧ୍ୟମ ଅନୁଷ୍ଠାନ ଏବଂ ଲକ୍ଷାଧିକ ଭକ୍ତଙ୍କୁ ମୁଖ୍ୟ ପ୍ରଶାସକ କୃତଜ୍ଞତା ତଥା ଆନ୍ତରିକ ଧନ୍ୟବାଦ ଜ୍ଞାପନ କରିଛନ୍ତି।






More Stories
କୈଳାସ ମାନସରୋବର ଯାତ୍ରା ଆରମ୍ଭ…..
ଝାରସୁଗୁଡ଼ାରେ ଭୟଙ୍କର ଘୂର୍ଣ୍ଣିଝଡ଼…..
ଆହତଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ…..