Report Card Odisha

| Daily Odia News

ସନ୍ଧ୍ୟା ୫ଟା ପରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ…..

ରିପୋର୍ଟ କାର୍ଡ / ପୁରୀ

ରାତି ପାହିଲେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ଦୀର୍ଘ ୨ ବର୍ଷ ପରେ ଭକ୍ତ ମୟ ହେବ ମହାପ୍ରଭୁଙ୍କ ଘୋଷଯାତ୍ରା | ଗୁରୁବାର ଅର୍ଥାତ ଆଜି ରଥଯାତ୍ରାର ପୂର୍ବପ୍ରସ୍ତୁତି ଆରମ୍ଭ ହେଉଛି। ରଥରେ ଶେଷ ସ୍ପର୍ଶ ଦିଆଯାଇଛି | ତିନି ରଥକୁ ସିଂହଦ୍ୱାର ସମ୍ମୁଖକୁ ଟାଣିନେଇ ଉତ୍ତର ମୋଡ କରାଯାଇଛି । ତେବେ ରଥଯାତ୍ରା ପୂର୍ବପ୍ରସ୍ତୁତିକୁ ନେଇ ଭକ୍ତଙ୍କ ପାଇଁ ମାତ୍ର ୫ ଘଣ୍ଟାର ଦର୍ଶନ ବ୍ୟବସ୍ଥା କରାଯାଇଛି । ସନ୍ଧ୍ୟା ୫ଟା ପରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଜଣାପଡ଼ିଛି। ଉଲ୍ଲେଖ ଯୋଗ୍ୟ କରୋନା କଟକଣା ଯୋଗୁ ଦୁଇ ବର୍ଷ ଧରି ରଥଯାତ୍ରାରେ ଭକ୍ତଙ୍କ ସମାଗମ ବନ୍ଦ ରହିଥିଲା। ହେଲେ ଚଳିତ ବର୍ଷ ଘୋଷଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି। ଏହାକୁ ଆଖି ଆଗରେ ରଖି ଉଭୟ ଜିଲ୍ଲା ପ୍ରଶାସନ ଓ ପୋଲିସ ସଜାଗ ରହିଛନ୍ତି। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ଏବଂ ସମ୍ଭାବ୍ୟ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜନସଚେତନତାକୁ ଗୁରୁତ୍ୱ ଦିଆଯାଇଛି। ଯେଉଁମାନେ ଆସୁଛନ୍ତି, ସେମାନଙ୍କୁ ମାସ୍କ ପିନ୍ଧିବାକୁ କୁହାଯିବା ସହ ଥଣ୍ଡା, ଜ୍ୱର, କାଶ ହୋଇଥିବା ଲୋକଙ୍କୁ ଭିଡ଼କୁ ନ ଆସିବାକୁ ପରାମର୍ଶ ଦିଆଯାଇଛି।

Breaking News