Report Card Odisha

| Daily Odia News

କମ ଦରମା ପାଉଥିଲେ ଫେରାଇବେ ନାହିଁ ରାସନ କାର୍ଡ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାସନ କାର୍ଡ ଫେରାଇବା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ସ୍ପଷ୍ଟୀକରଣ ରଖିଛନ୍ତି । ଠିକା କର୍ମଚାରୀଙ୍କୁ ରାସନ କାର୍ଡ ଫେରାଇବାର ଆବଶ୍ୟକତା ନାହିଁ। ବଡ ଚାକିରି କରିନଥିବା ଲୋକେ ମଧ୍ୟ ରାସନ କାର୍ଡ ଫେରାଇବେ ନାହିଁ। ଯେଉଁମାନେ ୧୦/୧୨ ହଜାର ଦରମା ପାଉଛନ୍ତି ସେମାନେ ମଧ୍ୟ ରାସନ କାର୍ଡ ରଖିପାରିବେ । ଯେଉଁମାନେ ଆଇଟି ରିଟର୍ଣ୍ଣ ଦାଖଲ କରୁଛନ୍ତି ସେମାନେ ରାସନ କାର୍ଡ ଫେରାଇବାକୁ ନିଦେର୍ଶ ଦିଆଯାଇଛି । ସେହିପରି ଯେଉଁମାନେ ୩୦/୪୦ ହଜାର ଦରମା ପାଉଛନ୍ତି, ସେମାନେ ରାସନ କାର୍ଡ ନଫେରାଇଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ଫେବୃଆରୀ ୧୫ ଯାଏଁ ବଢିଲା ରାସନ କାର୍ଡ ପାଇଁ ଇ-କେୱାଇସି ଅପଡେଟ୍‌ । ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ପୂର୍ବରୁ ଜାନୁଆରୀ ୩୧ ଶେଷ ତାରିଖ ଥିବା ବେଳେ ବର୍ତ୍ତମାନ ଏହା ଫେବୃଆରୀ ୧୫କୁ ବୃଦ୍ଧି ପାଇଛି।

Breaking News