Report Card Odisha

| Daily Odia News

ଆଜି ବସିବ ରତ୍ନଭଣ୍ଡାର ଯାଞ୍ଚ କମିଟିର ବୈଠକ…..

ରିପୋର୍ଟ କାର୍ଡ / ପୁରୀ

ଆଜି ବସିବ ରତ୍ନଭଣ୍ଡାର ଯାଞ୍ଚ ନୂଆ କମିଟିର ପ୍ରଥମ ବୈଠକ। ନୂତନ ଭାବରେ ଗଠନ କରାଯାଇଥିବା ରତ୍ନଭଣ୍ଡାର ଯାଞ୍ଚ କମିଟିର ବୈଠକ ପୂର୍ବାହ୍ନ ୧୧ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହେବ। ପୂର୍ବତନ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ୧୬ ଜଣିଆ ଟିମ୍ ସଦସ୍ୟ ରତ୍ନଭଣ୍ଡାର ଖୋଲିବା ନେଇ ବିସ୍ତୃତ ଆଲୋଚନା କରିବେ। କେଉଁ ଦିନ ଏବଂ କିଭଳି ଭାବରେ ରତ୍ନ ଭଣ୍ଡାର ଖୋଲିବ ତାର ମୋଡାଲିଟି ପ୍ରସ୍ତୁତ କରାଯିବ । ଉଲ୍ଲେଖ ଯୋଗ୍ୟ-ବିଜେଡି ସରକାର ସମୟରେ ରତ୍ନ ଭଣ୍ଡାର ଯାଞ୍ଚ ନିମନ୍ତେ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ଅରଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠିତ ହୋଇଥିଲା। ମାତ୍ର ନୂତନ ସରକାର ଏହି କମିଟିକୁ ଭାଙ୍ଗି ଦେବା ସହ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି |

Breaking News