ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଖୋଲାଯିବ ଶ୍ରୀମନ୍ଦିରର ଭିତର ରତ୍ନ ଭଣ୍ଡାର। ଖୋଲିବ ରାଜରାଜୁଡ଼ା ଅମଳର ପ୍ରାଚୀନ ସିନ୍ଦୁକ ଓ ଆଲମିରା ଶୁଭ ସମୟ ସକାଳ ୯ଟା ୫୧ରୁ ଦିନ ୧୨ଟା ୧୫ ମଧ୍ୟରେ ଖୋଲାଯିବ ଭିତର ରତ୍ନଭଣ୍ଡାର। ଗତ ରବିବାର ବାହାର ରତ୍ନଭଣ୍ଡାର ଖୋଲି ସ୍ୱର୍ଣ୍ଣ ଓ ରୌପ୍ୟ ଅଳଙ୍କାର ଗୁଡ଼ିକୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର ହୋଇଥିବା ବେଳେ ଆଜି ଭିତର ଭଣ୍ଡାର ଖୋଲାଯିବ। SOP ମୁତାବକ ୧୧ ଜଣିଆ ଅଧିକୃତ ଟିମ୍ ଜିଲ୍ଲା ଟ୍ରେଜେରିରୁ ଚାବି ଆଣି ଭିତର ରତ୍ନଭଣ୍ଡାରରେ ପଡ଼ିଥିବା ୨ଟି ନୂଆ ତାଲା ଖୋଲିବେ। ଆଜି ମଧ୍ୟ ସ୍ନେକ୍ ହେଲ୍ପ ଲାଇନ, ଓଡ୍ରାଫ୍, ସ୍ୱେଚ୍ଛାସେବୀ, ଡାକ୍ତରୀ ଟିମ୍ ମୁତୟନ ହେବେ ବୋଲି ସୂଚନା ମିଳିଛି। ଅଳଙ୍କାର ଗୁଡ଼ିକୁ ଷ୍ଟ୍ରଙ୍ଗରୁମରେ ନୂଆ ସିନ୍ଦୁକରେ ରଖିବା ପରେ ଭିତର ରତ୍ନଭଣ୍ଡାରର ପ୍ରାଚୀନ ସିନ୍ଦୁକ ଓ ଆଲମିରା ଗୁଡ଼ିକୁ ମ୍ୟୁଜିୟମରେ ରଖିବାକୁ ଯୋଜନା କରାଯାଉଛି। ତେବେ ଆଜି ଭକ୍ତମାନଙ୍କ ପାଇଁ ଶ୍ରୀମନ୍ଦିର ପ୍ରବେଶ ଉପରେ କଟକଣା ଲଗାଯାଇଛି। ସକାଳ ୮ଟା ବେଳଠୁ ଆଉ ଭକ୍ତଙ୍କୁ ମନ୍ଦିର ଭିତରକୁ ଛଡ଼ାଯିବନି। ସିଂହଦ୍ୱାରକୁ ଛାଡ଼ି ବାକି ୩ ଦ୍ୱାର ବନ୍ଦ ରହିବ। କେବଳ ଅଧିକୃତ ସେବକମାନଙ୍କୁ ଛଡ଼ାଯିବ।






More Stories
ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କବାଦୀ…..
ଅବହେଳା କଲେ ନାମଲେଖା ବନ୍ଦ…..
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..