ରିପୋର୍ଟ କାର୍ଡ / ରାୟଗଡ଼ା
ଗୁଣପୁରର ସ୍ୱେଚ୍ଛାସେବୀ ସଂସ୍ଥା ‘ଆଶା’ର ନିର୍ଦ୍ଦେଶକ ଗୌରୀ ମିଶ୍ରଙ୍କୁ ଗୁଳି କରି ହତ୍ୟା କରାଯାଇଛି। ବଂଶଧାରା ପୋଲ ଉପରେ ବାଇକ୍ ସହିତ ସେ ପଡ଼ିଥିଲେ। ତାଙ୍କ ମୁହଁରେ ଗୁଳି ବାଜିଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ପୋଲିସ ତାଙ୍କୁ ଗୁଣପୁର ଡାକ୍ତରଖାନା ନେଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଗୌରୀ ମିଶ୍ର ବାଇକରେ ଯାଉଥିବା ବେଳେ ତାଙ୍କୁ ଅତି ନିକଟରୁ ଗୁଳି କରାଯାଇଥିବା କୁହାଯାଉଛି। ତେବେ କିଏ ଏବଂ କାହିଁକି ତାଙ୍କୁ ହତ୍ୟା କଲା, ସେନେଇ କିଛି ଜଣାପଡ଼ି ନାହିଁ। ପୋଲିସ ଘଟଣାର ଖୋଳତାଡ଼ କରୁଛି। ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳ ଯାଞ୍ଚ କରିଛି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..