ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପୁଣି ଅପରିବର୍ତ୍ତିତ ରହିଲା ରେପୋ ରେଟ୍।କ୍ରମାଗତ ପଞ୍ଚମ ଥର ପାଇଁ ରେପୋ ରେଟ୍ ସ୍ଥିର ରହିଛି RBI। ମୁଦ୍ରାସ୍ଫୀତି ନିୟନ୍ତ୍ରଣ ପାଇଁ ଏପରି ନିଷ୍ପତ୍ତି ନିଆଯାଇଛି | ଭାରତୀୟ ରିଜର୍ଭ ବ୍ୟାଙ୍କ୍ର ‘ମନିଟାରି ପଲିସି କମିଟି’ ନିଷ୍ପତ୍ତି ଗ୍ରହଣ କରିଥିବା ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ୍ର ଗଭର୍ଣ୍ଣର୍ ଗଭର୍ଣ୍ଣର୍ ଶକ୍ତିକାନ୍ତ ଦାସ ସୂଚନା ଦେଇଛନ୍ତି | କହିଛନ୍ତି ସମ୍ପ୍ରସାରିତ ହେଉଥିବା ସାମଗ୍ରିକ ଆର୍ଥିକ ବିକାଶ ଓ ସ୍ଥିତିର ପୁଙ୍ଖାନୁପୁଙ୍ଖ ଆକଳନ କରିବା ପରେ ‘ରେପୋ ରେଟ୍’ ୬.୫%ରେ ଅପରିବର୍ତ୍ତିତ ରଖିବାକୁ ‘ମନିଟାରି ପଲିସି କମିଟି’ ସର୍ବସମ୍ମତକ୍ରମେ ନିଷ୍ପତ୍ତି ନେଇଛି। ଫଳରେ, ସମ୍ପ୍ରତି ‘ଷ୍ଟାଣ୍ଡିଙ୍ଗ୍ ଡିପୋଜିଟ୍ ଫେସିଲିଟି’ ୬.୨୫% ରହିବା ସହିତ ‘ମାର୍ଜିନାଲ୍ ଷ୍ଟାଣ୍ଡିଙ୍ଗ୍ ଫେସିଲିଟି’ ଓ ବ୍ୟାଙ୍କ୍ ରେଡ୍ ୬.୫%ରେ ରହିଲା।






More Stories
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..
ଛାତ୍ରୀଛାତ୍ରଙ୍କୁ ଟିପ୍ସ ଦେଲେ ମୋଦି…..