ରିପୋର୍ଟ କାର୍ଡ / ଭୁବନେଶ୍ବର
ଦୀର୍ଘ ଦୁଇ ବର୍ଷ ପରେ ସ୍ୱାଭାବିକ ହେବାକୁ ଯାଉଛି ଶିକ୍ଷା ବ୍ୟବସ୍ଥା । କରୋନା ସଂକ୍ରମଣ ପାଇଁ ଶିକ୍ଷା ବର୍ଷ ପ୍ରଭାବିତ ହୋଇଛି | ସଂକ୍ରମଣ ସ୍ଥିତି ସୁଧାର ଆସିବା ପରେ ଅଫଲାଇନ୍ ପାଠପଢ଼ା ପାଇଁ ସରକାର ଚିନ୍ତା କରିଛନ୍ତି | ରାଜ୍ୟରେ ଦୀପାବଳି ପରେ ସ୍କୁଲ ଖୋଲିପାରେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ଏନେଇ ରବିବାର ଗଣମାଧ୍ୟମକୁ ଶ୍ରୀ ଦାଶ କହିଛନ୍ତି | ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲାଯିବା ସଂପର୍କରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବିଚାରବିମର୍ଶ କରୁଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରାମର୍ଶ ଅନୁଯାୟୀ ପର୍ଯ୍ୟାୟକ୍ରମେ ସ୍କୁଲ ଖୋଲାଯିବାକୁ ଯୋଜନା ରହିଛି। ଦୀର୍ଘଦିନ ହେଲେ କରୋନା ପାଇଁ ସ୍କୁଲ ବନ୍ଦ ରହିଛି। ରାଜ୍ୟରେ ସ୍କୁଲ ଖୋଲିବା ଏକ ସ୍ୱାଭାବିକ ପ୍ରକ୍ରିୟା। କରୋନାର ତୃତୀୟ ଲହର ଦୁର୍ବଳ ହେଉଛି ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ କହୁଥିବାରୁ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ପାଇଁ ସ୍କୁଲ ଖୋଲାଯିବ। ପିଲାମାନଙ୍କ ମଧ୍ୟରେ ସ୍କୁଲ ଯିବା ପାଇଁ ଆଗ୍ରହ ସୃଷ୍ଟି ହେଲାଣି। ପିଲାମାନଙ୍କ ପାଇଁ ଶିକ୍ଷା ସହ ସ୍ୱାସ୍ଥ୍ୟ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶ ରହିଛି। ବର୍ତ୍ତମାନ ରାଜ୍ୟରେ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ସୁରୁଖୁରୁରେ ଚାଲିଛି। ଅନ୍ୟ ଶ୍ରେଣୀଗୁଡ଼ିକ ମଧ୍ୟ ଖୁବ ଶୀଘ୍ର ଖୋଲାଯିବ ବୋଲି ମନ୍ତ୍ରୀ ଶ୍ରୀ ଦାଶ ପ୍ରକାଶ କରିଛନ୍ତି।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..
ପିଲାଙ୍କୁ ମିଳିବ ୟୁନିଫର୍ମ…..
ବସ୍ତି ବାସିନ୍ଦାଙ୍କୁ ମିଳିବ ଘର…..