Report Card Odisha

| Daily Odia News

୨୩ରେ ହେବ ସାନି ମତଦାନ…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ରାଜ୍ୟରେ ଅନୁଷ୍ଠିତ ହୋଇଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ଓ ଦ୍ବିତୀୟ ପର୍ଯ୍ୟାୟରେ ୪୫ଟି ବୁଥରେ ମତଦାନ ବାଧାପ୍ରାପ୍ତ ହୋଇଥିଲା। ତେଣୁ ପ୍ରଥମ ଓ ଦ୍ବିତୀୟ ପର୍ଯ୍ୟାୟରେ ବାଧାପ୍ରାପ୍ତ ମତଦାନ ୨୩ରେ ହେବ। ସାନି ମତଦାନ ନେଇ ନିର୍ବାଚନ ଆୟୋଗ ସୂଚନା ଦେଇଛନ୍ତି। ୨୩ ତାରିଖ ସକାଳ ୯ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ବାଧାପ୍ରାପ୍ତ ବୁଥରେ ସାନି ମତଦାନ ହେବ। ପ୍ରଥମ ପର୍ଯ୍ୟାୟରେ ୨୫ଟି ବୁଥରେ ମତଦାନ ବାଧାପ୍ରାପ୍ତ ହୋଇଥିଲା। ଦ୍ବିତୀୟ ପର୍ଯ୍ୟାୟରେ ୨୦ଟି ବୁଥରେ ମତଦାନ ବାଧାପ୍ରାପ୍ତ ହୋଇଥିଲା ବୋଲି ରାଜ୍ୟ ନିର୍ବାଚନ ଆୟୋଗ ପ୍ରକାଶ କରିଛନ୍ତି।

Breaking News