ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦୀର୍ଘ ୨୭ ବର୍ଷ ପରେ ଦିଲ୍ଲୀରେ କ୍ଷମତାକୁ ଫେରିଛି ବିଜେପି। ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ରେଖା ଗୁପ୍ତା ଶପଥ ଗ୍ରହଣ କରିଛନ୍ତି | ଆଜି ରାମଲୀଳା ପଡ଼ିଆରେ ରାଜ୍ୟପାଳ ବିନୟ କୁମାର ସାକ୍ସେନା ପାଦଗୋପନୀୟତାର ଶପଥ କରାଇଛନ୍ତି । ୫୦ ବର୍ଷୀୟ ରେଖା ନିଜ ପ୍ରତିଦ୍ବନ୍ଦ୍ବୀ ବନ୍ଦନା କୁମାରୀଙ୍କୁ ୨୯ ହଜାର ଭୋଟ୍ରେ ହରାଇ ସାଲିମାର୍ ବାଗ୍ ଆସନ ହାତେଇଥିଲେ। ପ୍ରବେଶ ବର୍ମା ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି | ତେବେ ମୁଖ୍ୟମନ୍ତ୍ରୀଙ୍କ ସହ ଅନ୍ୟ ୬ ମନ୍ତ୍ରୀ ଆଶୀଷ ସୁଦ, ସରଦାର ମଞ୍ଜିଦର ସିଂ ସିରସା, ରବିନ୍ଦ୍ର ସିଂ, କପିଲ ମିଶ୍ରା ଓ ପଙ୍କଜ କୁମାର ସିଂ ଶପଥ ଗ୍ରହଣ କରିଛନ୍ତି। ରେଖାଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଅମିତ ଶାହ, ଜେପି ନଡ୍ଡାଙ୍କ ସମେତ ବିଜେପିର ବହୁ ବରିଷ୍ଠ ନେତାମାନେ ଉପସ୍ଥିତ ରହିଥିଲେ।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ମମତାଙ୍କୁ ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି…..
ଇରାନ ଉପରେ ଆକ୍ରମଣ…..