ରିପୋର୍ଟ କାର୍ଡ / ବାଲେଶ୍ୱର
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶିତ ସରକାରୀ ନିର୍ଦେଶନାମା ଅନୁଯାୟୀ, ଶ୍ରୀ ପତିଙ୍କ ନାମରେ ଭିଜିଲାନ୍ସ ପକ୍ଷରୁ ମାମଲା ଦାୟର କରାଯାଇଥିବା ବେଳେ ସେ ଗିରଫ ହୋଇ ଜେଲ ଯାଇଥିଲେ। ଏହି ନିଲମ୍ବନ ନହଟିବା ପର୍ଯ୍ୟନ୍ତ ଶ୍ରୀ ପତିଙ୍କ ମୁଖ୍ୟାଳୟ ବାଲେଶ୍ୱର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସ୍ଥିର ହୋଇଛି।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..