ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅପରିବର୍ତ୍ତିତ ରହିଛି ରେପୋ ରେଟ୍। ଲଗାତାର ୧୦ମ ଥର ପାଇଁ ପ୍ରମୁଖ ସୁଧହାର ତଥା ରେପୋ ରେଟରେ କୌଣସି ପରିବର୍ତ୍ତନ କରିନାହିଁ ଆରବିଆଇ। ଆଜି ଏମପିସିର ନିଷ୍ପତ୍ତି ଘୋଷଣା କରି ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ତଥା ଏମପିସି ଅଧ୍ୟକ୍ଷ ଶକ୍ତିକାନ୍ତ ଦାସ ଏହି ସୂଚନା ଦେଇଛନ୍ତି। ରେପୋ ରେଟ୍ ଅପରିବର୍ତ୍ତିତ ରହିଥିବାରୁ ହୋମ୍ ଲୋନ୍ ଇଏମ୍ଆଇ ମଧ୍ୟ ବଢିବ ନାହିଁ। ଶକ୍ତିକାନ୍ତ ଦାସ କହିଛନ୍ତି ଯେ ଏମପିସି ବୈଠକରେ ରେପୋ ରେଟ୍ କୁ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ହୋଇଛି। ସେହିପରି ରିଭର୍ସ ରେପୋ ରେଟକୁ ୩.୩୫% ଓ ବ୍ୟାଙ୍କ ରେଟକୁ ୬.୭୫%ରେ ସ୍ଥିର ରହିଛି। ନୀତିଗତ ଆଭିମୁଖ୍ୟକୁ ମଧ୍ୟ ନ୍ୟୁଟ୍ରଲ ରଖାଯାଇଛି। ସେହିପରି ପ୍ରଥମ ତ୍ରୈମାସରେ ଜିଡିପି ଅଭିବୃଦ୍ଧି ହାର ୬.୭ପ୍ରତିଶତ ହେବ ବୋଲି ଆକଳନ କରାଯାଇଛି। ସୂଚନା ଅନୁସାରେ ସୋମବାରଠାରୁ ଆରବିଆଇର ମୁଦ୍ରା ନୀତି କମିଟିର ବୈଠକ ଆରମ୍ଭ ହୋଇଛି।






More Stories
ଇସ୍ତଫା ଦାବି ଉପରେ ମୁହଁ ଖୋଲିଲେ ଧର୍ମେନ୍ଦ୍ର ପ୍ରଧାନ !…..
ମୋଦିଙ୍କୁ ମେସେଜ୍ ଦେଲେ ରାହୁଲ…..
ପ୍ରଧାନମନ୍ତ୍ରୀ ମୋଦୀଙ୍କ ବାସଭବନ ନିକଟରେ କଂଗ୍ରେସର ପ୍ରତିବାଦ….