ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନା ସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି | ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେରିଓ୍ବାଲ ରାଜଧାନୀରେ ନାଇଟ୍ କର୍ଫ୍ୟୁ ଜାରି ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଆଜି ରାତ୍ର ୧୦ରୁ ଭୋର୍ ୫ଟା ପର୍ଯ୍ୟନ୍ତ ନାଇଟ୍ କର୍ଫ୍ୟୁ ଲାଗୁ ହେବ । ଏହା ଏପ୍ରିଲ୍ ୩୦ ପର୍ଯ୍ୟନ୍ତ ଜାରି ରହିବ। ମୁଖ୍ୟମନ୍ତ୍ରୀ କେଜରିଓ୍ବାଲଙ୍କ ପ୍ରସ୍ତାବକୁ ଲ୍ୟୁଟନାଟ୍ ଗଭର୍ନର ଅନୀଲ ବୈଜାଲ ମଞ୍ଜୁରୀ ଦେବାପରେ କର୍ଫ୍ୟୁ ଲାଗୁ ହେବା ନେଇ ଘୋଷଣା କରାଯାଇଛି। ନାଇଟ୍ କର୍ଫ୍ୟୁ ସମୟରେ ଜରୁରୀକାଳୀନ ସେବାଗୁଡ଼ିକ ଜାରି ରହିବ ବୋଲି ସୂଚନା ମିଳିଛି ।
More Stories
ରାହୁଲଙ୍କ ଦ୍ୱାରା ହୋଇଥିବା ଅଭିଯୋଗ ଭିତ୍ତିହୀନ…..
ଯାତ୍ରୀଙ୍କୁ ଚାପୁଡା ମାରିଲେ ଆମ ବସ୍ କଣ୍ଡକ୍ଟର…..
କଂଗ୍ରେସ ଆଣିଲା ଅନାସ୍ଥା ପ୍ରସ୍ତାବ…..