ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନା ସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି | ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେରିଓ୍ବାଲ ରାଜଧାନୀରେ ନାଇଟ୍ କର୍ଫ୍ୟୁ ଜାରି ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଆଜି ରାତ୍ର ୧୦ରୁ ଭୋର୍ ୫ଟା ପର୍ଯ୍ୟନ୍ତ ନାଇଟ୍ କର୍ଫ୍ୟୁ ଲାଗୁ ହେବ । ଏହା ଏପ୍ରିଲ୍ ୩୦ ପର୍ଯ୍ୟନ୍ତ ଜାରି ରହିବ। ମୁଖ୍ୟମନ୍ତ୍ରୀ କେଜରିଓ୍ବାଲଙ୍କ ପ୍ରସ୍ତାବକୁ ଲ୍ୟୁଟନାଟ୍ ଗଭର୍ନର ଅନୀଲ ବୈଜାଲ ମଞ୍ଜୁରୀ ଦେବାପରେ କର୍ଫ୍ୟୁ ଲାଗୁ ହେବା ନେଇ ଘୋଷଣା କରାଯାଇଛି। ନାଇଟ୍ କର୍ଫ୍ୟୁ ସମୟରେ ଜରୁରୀକାଳୀନ ସେବାଗୁଡ଼ିକ ଜାରି ରହିବ ବୋଲି ସୂଚନା ମିଳିଛି ।






More Stories
ଅକ୍ଟୋବର ୨ ରୁ ଗଣତନ୍ତ୍ର ବଞ୍ଚାଅ ଅଭିଯାନ….
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..
ଆଜିଠୁ ଏସୀୟ କ୍ରୀଡ଼ା ମହାକୁମ୍ଭ…..