ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ସମଗ୍ର ଦେଶରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ମହାତ୍ମାଗାନ୍ଧୀ ମାର୍ଗରେ ୭୪ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହ ପାଳିତ ହୋଇଯାଇଛି। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ମହାତ୍ମା ଗାନ୍ଧୀ ମାର୍ଗରେ ମୁଖ୍ୟ ଅତିଥି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ରାଜ୍ୟ ପୋଲିସ ବ୍ୟାଣ୍ଡ ଦ୍ୱାରା ଜାତୀୟ ସଙ୍ଗୀତ ବାଦନ ପରେ ସୀମା ସୁରକ୍ଷା ବାହିନୀ, କେନ୍ଦ୍ରୀୟ ରିଜର୍ଭ ପୋଲିସ ଏସ୍ଏସ୍ ବାଟାଲିୟନ୍, ଏସ୍.ଓ.ଜି, ଅଗ୍ନିଶମ ବାହିନୀ, ଓଡ଼ିଶା ବିପର୍ଯ୍ୟୟ ତ୍ୱରିତ କାର୍ଯ୍ୟନିର୍ବାହୀ ଦଳ ଓ ପୋଲିସ ବ୍ୟାଣ୍ଡ ପ୍ରଭୃତି ଦଳଙ୍କ ମିଳିତ ପରେଡରେ ରାଜ୍ୟପାଳ ଅଭିବାଦନ ଗ୍ରହଣ କରିଥିଲେ।
କେସିଙ୍ଗାର ଏସଡିପିଓ ୟଶ ପ୍ରତାପ ଶ୍ରୀମାଲ ଏଥରର ପରେଡର ନେତୃତ୍ୱ ନେଇଛନ୍ତି। ଚଳିତ ବର୍ଷ ପ୍ରଥମ ଥର ପାଇଁ ଆନ୍ଧ୍ର ପୁଲିସର ଏକ ଟ୍ରୁପ୍ ପରେଡରେ ସାମିଲ ହୋଇଛି। ସୈନିକ ସ୍କୁଲ ସମେତ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀମାନେ ଏହି ପରେଡରେ ସାମିଲ ହୋଇଛନ୍ତି। ଭାରତ ସ୍କାଉଟ୍ ଆଣ୍ଡ ଗାଇଡର ଦୁଇଟି ପ୍ଲାଟୁନ୍ ବି ଏଥିରେ ପରେଡ ପ୍ରଦର୍ଶନ କରିଛନ୍ତି।






More Stories
ମାନସ ମଙ୍ଗରାଜଙ୍କୁ ବଡ଼ ଦାୟିତ୍ୱ…..
ବଢ଼ିବ ତାତି: ପାରଦ ଟପିବ ୪୩ ଡିଗ୍ରୀ…..
୨୧ରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି…..