ରିପୋର୍ଟ କାର୍ଡ / ଭୁବନେଶ୍ୱର
ଡି.ଏ.ଭି ପବ୍ଲିକ ସ୍କୁଲ କଳିଙ୍ଗ ନଗରରେ ୭୫ତମ ସାଧାରଣତନ୍ତ୍ର ଦିବସ ବିଦ୍ୟାଳୟର ଅଧ୍ୟକ୍ଷ ବଳରାମ ମହାପାତ୍ରଙ୍କ ପୌରୋହିତ୍ୟରେ ପାଳିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ପରିଚାଳନା ସମିତିର ଚେୟାରମ୍ୟାନ ଶ୍ରୀଯୁକ୍ତ ମଦନ ମୋହନ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେବା ସହିତ ଜାତୀୟ ପତାକା ଉେ ।ଳନ କରିଥିଲେ । ବ୍ୟକ୍ତିଗତ ସ୍ୱାର୍ଥକୁ ଜଳାଞ୍ଜଳି ଦେଇ ଦେଶପ୍ରେମରେ ଉଦ୍ବୁଦ୍ଧ ହେବା ପାଇଁ ସେ ଛାତ୍ରଛାତ୍ରୀମାନଙ୍କୁ ଆହ୍ୱାନ କରିଥିଲେ । ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସମବେତ ସଙ୍ଗୀତ ଗାନ ଏବଂ ନୃତ୍ୟ ପ୍ରଦର୍ଶିତ ହୋଇଥିଲା । ବିଦ୍ୟାଳୟର ସମସ୍ତ କର୍ମକର୍ତ୍ତାଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସୁଚାରୁରୂପେ ସମ୍ପାଦିତ ହୋଇଥିଲା ।






More Stories
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ…..
ରାଜା ସୁବ୍ରମଣି ହେଲେ ନୂଆ ସିଡିଏସ୍…..
ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶୁଭେନ୍ଦୁ ଅଧିକାରୀ…..