Report Card Odisha

| Daily Odia News

ଓଏଏସ୍ ସ୍ତରରେ ଅଦଳବଦଳ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ୫ଟି ଜିଲ୍ଲାରେ ନୂଆ ଅତିରିକ୍ତ ଜିଲ୍ଲାପାଳଙ୍କ ନିଯୁକ୍ତି ସମେତ ମୋଟ ୧୦ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି ।  ବିଜ୍ଞପ୍ତି ଅନୁସାରେ, ନୂଆପଡ଼ା ଅତିରିକ୍ତ ଜିଲ୍ଲାପାଳ ତଥା ବରିଷ୍ଠ ଓଏଏସ୍ ଅଫିସର ଅଗସ୍ତି ପ୍ରଧାନଙ୍କୁ ଦକ୍ଷିଣାଂଚଳ ଆରଡିସି କାର୍ଯ୍ୟାଳୟରେ ବନ୍ଦୋବସ୍ତ ଓ ଚକବନ୍ଦୀ ଅତିରିକ୍ତ କମିଶନର ଭାବେ ବଦଳି କରାଯାଇଛି। ସେହିପରି ରେଢ଼ାଖୋଲ ଉପଜିଲ୍ଲାପାଳ ପବିତ୍ର ବେହେରାଙ୍କୁ ବରଗଡ଼ ଅତିରିକ୍ତ ଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି । ସୁନ୍ଦରଗଡ଼ ଅତିରିକ୍ତ ଜିଲ୍ଲାପାଳ ଅଭିମନ୍ୟୁ ବେହେରା(କ)ଙ୍କୁ ମୟୂରଭଞ୍ଜ ଅତିରିକ୍ତ ଜିଲ୍ଲାପାଳ, ବୀରମହାରାଜପୁର ଉପଜିଲ୍ଲାପାଳ ଅଶୋକ କୁମାର ଭୋଇଙ୍କୁ କନ୍ଧମାଳ ଅତିରିକ୍ତ ଜିଲ୍ଲାପାଳ, ରାଉରକେଲା ଉପଜିଲ୍ଲାପାଳ ଅଭିମନ୍ୟୁ ମାଝୀଙ୍କୁ ସୁନ୍ଦରଗଡ଼ ଅତିରିକ୍ତ ଜିଲ୍ଲାପାଳ ଓ ରାୟଗଡ଼ା ଉପଜିଲ୍ଲାପାଳ ଭୀମସେନ ଶବରଙ୍କୁ ନୂଆପଡ଼ା ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି।ରାସଗୋବିନ୍ଦପୁର ବିଡିଓ ଲଲାଟେନ୍ଦୁ ସିଙ୍କୁ ବୀରମହାରାଜପୁର ଉପଜିଲ୍ଲାପାଳ, ଫିରିଙ୍ଗିଆ ବିଡିଓ ରଶ୍ମୀରଞ୍ଜନ ମହାନ୍ତଙ୍କୁ ରେଢ଼ାଖୋଲ ଉପଜିଲ୍ଲାପାଳ, କେନ୍ଦୁଝର ସାହାଡ଼ାପଡ଼ା ବିଡିଓ ବିଜୟ କୁମାର ନାୟକଙ୍କୁ ପାନପୋଷ ଉପଜିଲ୍ଲାପାଳ, ଗଞ୍ଜାମ କୁକୁଡ଼ାଖଣ୍ଡି ତହସିଲଦାର କଲ୍ୟାଣୀ ସଂଘମିତ୍ରା ଦେବୀଙ୍କୁ ରାୟଗଡ଼ା ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି।

Breaking News