Report Card Odisha

| Daily Odia News

ଓଏଏସ୍ ସ୍ତରରେ ଅଦଳବଦଳ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ ହୋଇଛି । ସାଧାରଣ ପ୍ରଶାସନ ବିଭାଗର ବିଜ୍ଞପ୍ତି  ଅନୁସାରେ ବିଏମସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଥିବାବେଳେ ତାଙ୍କ ସ୍ଥାନରେ କେନ୍ଦୁଝରରେ ପ୍ରକଳ୍ପ ନିର୍ଦ୍ଦେଶକ(ଡିୟୁଡିଏ) ଭାବେ କାର୍ଯ୍ୟରତ ବରିଷ୍ଠ ଓଏଏସ୍ ଘାସିରାମ ମାଝୀଙ୍କୁ ବିଏମସି ଅତିରିକ୍ତ କମିଶନର ଭାବେ ବଦଳି ହୋଇଛି । ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ସୁବ୍ରତ କୁମାର ପଣ୍ଡାଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଓ ବଲାଙ୍ଗିର ପ୍ରକଳ୍ପ ନିର୍ଦ୍ଦେଶକ(ଡିୟୁଡିଏ) ସୁଦର୍ଶନ ସଏଙ୍କୁ ବୁର୍ଲା ଭୀମସାର ରେଜିଷ୍ଟ୍ରାର(ପ୍ରଶାସନ) ଭାବେ ବଦଳି ହୋଇଛି । ବୁର୍ଲା ଭୀମସାରରେ ରେଜିଷ୍ଟ୍ରାର ଦାୟିତ୍ୱରେ ଥିବା ପ୍ରଫୁଲ୍ଲ କୁଜୁରଙ୍କୁ ବଲାଙ୍ଗୀର ପ୍ରକଳ୍ପ ନିର୍ଦ୍ଦେଶକ(ଡିୟୁଡିଏ) ଓ କୋରାପୁଟ ଜିଲ୍ଲା ଦଶମନ୍ତପୁର ତହସିଲଦାର ଅଜୟ ପ୍ରକାଶ ତିର୍କୀଙ୍କୁ କଳାହାଣ୍ଡିର ଧର୍ମଗଡ଼ ଅତିରିକ୍ତ ଉପଜିଲ୍ଲାପାଳ ଭାବେ ବଦଳି ହୋଇଛି । ଅନ୍ୟପକ୍ଷରେ ବିନିକା ବିଡିଓ ବ୍ୟାସଦେବ ବେହେରାଙ୍କ ବଦଳିକୁ ବାତିଲ କରାଯାଇଛି ।

 

Breaking News