ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଇଏଏସ ଅଫିସରଙ୍କ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ ହୋଇଛି। ଦିନରେ ଉଚ୍ଚଶିକ୍ଷା ମନ୍ତ୍ରୀ ପଦରୁ ହଟିବା ପରେ ରାତିକୁ ବିଭାଗୀୟ ସଚିବ ବାଦ୍ ପଡ଼ିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ସଚିବ ଭାବେ ଅରବିନ୍ଦ ଅଗ୍ରୱାଲଙ୍କୁ ନିଯୁକ୍ତି ଦିଆଯାଇଛି। ଉଚ୍ଚଶିକ୍ଷା ସଚିବ ବିଷ୍ଣୁପଦ ସେଠୀଙ୍କୁ ବଦଳି କରାଯାଇ ସାଧାରଣ ପ୍ରଶାସନ ବିଭାଗର ଓଏସଡି ଭାବେ ନିଯୁକ୍ତି ଦିଆଯାଇଛି । ବିଷ୍ଣୁପଦଙ୍କୁ ଉଚ୍ଚଶିକ୍ଷା ବିଭାଗ ସଚିବ ସହିତ ଓଡ଼ିଶା ହାଇଡ୍ରୋ ପାୱାର କପୋରେସନ (ଓଏଚପିସି)ର ଅଧ୍ୟକ୍ଷ ପଦରୁ ବାଦ୍ ଦିଆଯାଇଛି । ବିଶାଲ ଦେବଙ୍କୁ ଓଏଚପିସିର ନୂଆ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଦିଆଯାଇଛି । ଏନେଇ ରାଜ୍ୟ ସରକାର ବିଜ୍ଞପ୍ତି ଜାରି କରିଛନ୍ତି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..