ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାର ବରିଷ୍ଠ ଓଏଏସସ୍ତରରେ ଅଦଳବଦଳ କରିଛନ୍ତି । ବରିଷ୍ଠ ଓଏଏସ ଅଫିସର ପ୍ରସନ୍ନ କୁମାର ଷଡ଼ଙ୍ଗୀଙ୍କୁ ଓଡ଼ିଶା ମଦ ନିଗମର ପରିଚାଳନା ନିର୍ଦ୍ଦେଶକ ପଦରୁ ହଟାଇ କ୍ୟାପିଟାଲ ରିଜନ ଅର୍ବାନ ଟ୍ରାନ୍ସପୋର୍ଟ(କ୍ରୁଟ)ର ଜେନେରାଲ ମ୍ୟାନେଜର(ପିଆଣ୍ଡଏ) ଭାବେ ବଦଳି କରାଯାଇଥିବାବେଳେ ବରିଷ୍ଠ ଓଏଏସ ଅଫିସର ଅଶୋକ କୁମାର ପଣ୍ଡାଙ୍କୁ ଇଏସଆଇ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ସେହିପରି ଶ୍ରମ ଓ ଇଏସଆଇ ବିଭାଗର ଅତିରିକ୍ତ ସଚିବ ଅଶୋକ କୁମାର ପଣ୍ଡାଙ୍କୁ ଇଏସଆଇ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । କ୍ରୁଟ୍ ଜେନେରାଲ ମ୍ୟାନେଜର ଦୀପ୍ତି ମହାପାତ୍ରଙ୍କୁ କାଜୁ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଥିବାବେଳେ ଭୁବନେଶ୍ୱର ଉପଜିଲ୍ଲାପାଳ ନିବେଦିତା ବିଶ୍ୱାଳ ଶ୍ରମ ଓ ଇଏସଆଇ ବିଭାଗର ଯୁଗ୍ମ ସଚିବ ହେବେ । ଶ୍ରୀମତୀ ବିଶ୍ୱାଳଙ୍କୁ ଓଡ଼ିଶା ନିର୍ମାଣ ଓ ଅନ୍ୟାନ୍ୟ ଶ୍ରମିକ ବୋର୍ଡର ଓଏସଡି ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି ।






More Stories
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….