Report Card Odisha

| Daily Odia News

ନିଜ ସ୍କୁଲରେ ସ୍ମୃତି ଜୀବନ୍ତ କଲେ ରାଷ୍ଟ୍ରପତି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ରାଜଧାନୀର ଦୁଇଟି ବିଦ୍ୟାଳୟରେ କିଛି ସମୟ ବିତାଇଛନ୍ତି। ପ୍ରଥମେ ସେ ଖଣ୍ଡଗିରିସ୍ଥିତ ତପୋବନ ଉଚ୍ଚ ବିଦ୍ୟାଳୟକୁ ଗସ୍ତ କରିଥିଲେ। ସେଠାରେ ପ୍ରାୟ ୧୫ ମିନିଟ୍ ଧରି ରହିବା ପରେ ସେଠାରେ ଥିବା ଏକ ହଲରେ ଛାତ୍ରଛାତ୍ରୀଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଛାତ୍ରଛାତ୍ରୀ ହାତ ତିଆରି ଏକ ପେଣ୍ଟିଂକୁ ରାଷ୍ଟ୍ରପତିଙ୍କୁ ପ୍ରଦାନ କରିଛନ୍ତି। ଏହାପରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ୟୁନିଟ-୨ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ କିଛି ସମୟ ପାଇଁ ରହିଥିଲେ। ସେଠାରେ ସେ ୧୯୭୦ରୁ ୧୯୭୪ ପର୍ଯ୍ୟନ୍ତ ୮ମରୁ ଏକାଦଶ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷା ଗ୍ରହଣ କରିଥିଲେ । ଏହି ସମୟରେ ସେ କୁନ୍ତଳା କୁମାରୀ ସାବତ ଆଦିବାସୀ ଛାତ୍ରୀନିବାସରେ ରହିଥିଲେ। ପ୍ରଥମ ଓଡ଼ିଶା ଗସ୍ତ ଅବସରରେ ରାଷ୍ଟ୍ରପତିଙ୍କ ପାଦ ନିଜେ ପଢ଼ୁଥିବା ସ୍କୁଲରେ ପଡ଼ିଛି। ଗସ୍ତ ଅବସରରେ ସେ ନିଜର ୧୩ଜଣ ସହପାଠିନୀଙ୍କୁ ଭେଟିଥିବା ଜଣାଯାଇଛି। ୟୁନିଟ-୨ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ସହପାଠିନୀମାନେ ରାଷ୍ଟ୍ରପତିଙ୍କୁ ଭେଟି ଖୁବ୍ ଆନନ୍ଦିତ ହୋଇଛନ୍ତି । ଏହି ଅବସରରେ ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ବୃକ୍ଷରୋପଣ କରିଛନ୍ତି। ସେ ହଷ୍ଟେଲରେ ରହୁଥିବା ବିର୍ସାମୁଣ୍ଡା ଓ ତୁଳସୀ ମୁଣ୍ଡା ବ୍ଲକ୍କୁ ଯାଇଥିଲେ। ଛାତ୍ରୀନିବାସ ପରିଦର୍ଶନ କରି ଯେଉଁ ଖଟ ବ୍ୟବହାର କରୁଥିଲେ ସେଥିରେ କିଛି ସମୟ ବସିଥିଲେ | ଏହାପରେ ଭୁବନେଶ୍ୱରସ୍ଥିତ ଜୟଦେବ ଭବନଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗଦେଇ ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ। ଭୁବନେଶ୍ୱର ସ୍ଥିତ ଜୟଦେବ ଭବନଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଯୋଗଦେଇ ବିଭିନ୍ନ ଉପକ୍ରମର ଶୁଭାରମ୍ଭ କରିବେ। ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ମାନ୍ୟବର ରାଷ୍ଟ୍ରପତି ଓଡ଼ିଆ ଭାଷାରେ ଅଖିଳ ଭାରତୀୟ ବୈଷୟିକ ଶିକ୍ଷା ପରିଷଦ (ଏଆଇସିଟିଇ) ଦ୍ୱାରା ପ୍ରସ୍ତୁତ ଇଞ୍ଜିନିୟରିଂ ବହି ସମେତ ଅନେକ ଉପକ୍ରମର ଲୋକାର୍ପଣ କରିବେ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ବ୍ୟତୀତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୁଖ ଯୋଗ ଦେବେ।

Breaking News