ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆରଜି କର ହସ୍ପିଟାଲର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କୁ ସିବିଆଇ ଗିରଫ କରିଛି। ଦୁର୍ନୀତି ମାମଲାରେ ସନ୍ଦୀପଙ୍କୁ ଗିରଫ କରିଛି ସିବିଆଇ । ସନ୍ଦୀପଙ୍କୁ ଗିରଫ କରି ନିଜାମ ପ୍ୟାଲେସ ସ୍ଥିତ କାର୍ଯ୍ୟାଳୟକୁ ସିବିଆଇ ନେଇଥିବା ସୂଚନା ମିଳିଛି । ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାକୁ ନେଇ ବିବାଦରେ ସନ୍ଦୀପ ଗୋଟିଏ ଦୁର୍ନୀତି ମାମଲାରେ ଗିରଫ ହୋଇଛନ୍ତି। ହସ୍ପିଟାଲରେ ସମ୍ଭାବ୍ୟ ଆର୍ଥିକ ହେରଫେରକୁ ନେଇ ସିବିଆଇ ତାଙ୍କ ବିରୋଧରେ ତଦନ୍ତ କରୁଥିଲା। ବିଶେଷ କରି ରୋଗୀଙ୍କ ସେବା ପାଇଁ କିଣା ଯାଉଥିବା ସାମଗ୍ରୀରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ଏହାର ତଦନ୍ତ କରି ଆଜି ସିବିଆଇ ସନ୍ଦୀପଙ୍କୁ ଗିରଫ କରିଛି। ଗିରଫ ପରେ ତାଙ୍କୁ କୋଲକାତା ସ୍ଥିତ ସିବିଆଇ କାର୍ଯ୍ୟାଳୟକୁ ନିଆଯାଇଛି। ସମ୍ଭବତଃ ଆସନ୍ତାକାଲି ତାଙ୍କୁ କୋର୍ଟରେ ହାଜର କରାଯିବ। ଘଟଣାର ତଦନ୍ତ ବେଳେ ଜଣେ ସିବିଆଇ ଅଧିକାରୀଙ୍କୁ ସନ୍ଦୀପ ଘୋଷଙ୍କ ବିରୋଧରେ ଆସିଥିବା ଅନିୟମତତାର ପ୍ରମାଣ ସମ୍ପର୍କରେ ପଚରା ଯାଇଥିଲା। ଏହି ସମୟରେ ସନ୍ଦୀପଙ୍କ ବିରୋଧରେ ବହୁତ କିଛି ପ୍ରମାଣ ରହିଛି ବୋଲି ଅଧିକାରୀ ଜଣଙ୍କ କହିଥିଲେ। କଲିକତା ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ସିବିଆଇ ସନ୍ଦୀପ ଘୋଷଙ୍କ ବିରୋଧରେ ତଦନ୍ତ ଆରମ୍ଭ କରିଥିଲା। ଏହାପରେ ସିବିଆର ଦୁର୍ନୀତି ନିବାରଣ ଶାଖା ପକ୍ଷରୁ ତାଙ୍କ ନାଁରେ ଏତଲା ଦାଏର କରାଯାଇଥିଲା। ମେଡିକାଲ କଲେଜର ପୂର୍ବତନ ଡେପୁଟି ଅଧ୍ୟକ୍ଷ ଅଖତର ଅଲୀ ପ୍ରଥମେ ସନ୍ଦୀଙ୍କ ବିରୋଧରେ ଆର୍ଥିକ ଅନିୟମିତତାର ଅଭିଯୋଗ ଆଣିଥିଲେ। ଆରଜି କର ମେଡିକାଲ କଲେଜରେ ସନ୍ଦୀପ ପ୍ରିନ୍ସିପାଲ ହେବା ଦିନ ଠାରୁ ନିଜର ମନମାନୀ କରିବା ସହ ଆର୍ଥିକ ହେରଫେର କରିଚାଲିଥିଲେ। ତେଣୁ ଏହାର ତଦନ୍ତ ଇଡି ଦ୍ୱାରା କରିବାକୁ ସେ ଦାବି କରିଥିଲେ। ମହିଳା ଡାକ୍ତରଙ୍କ ଦୁଷ୍କର୍ମ ଓ ହତ୍ୟା ଘଟଣା ସହ ସିବିଆଇ ସନ୍ଦୀପଙ୍କ ଆର୍ଥିକ ଦୁର୍ନୀତିର ମଧ୍ୟ ଖୋଳତାଡ଼ କରୁଥିଲା।






More Stories
ଠିକ୍ ସମୟରେ କାମ ନହେଲେ କାର୍ଯ୍ୟାନୁଷ୍ଠାନ…..
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……