ରିପୋର୍ଟ କାର୍ଡ / ଅନୁଗୁଳ
ଅନୁଗୁଳ ଜିଲ୍ଲା ଜରପଡା ଥାନା ଅଞ୍ଚଳ ୫୫ନ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି | ଆଜି ସକାଳେ ଏକ ଗ୍ୟାସ ଟ୍ୟାଙ୍କର ଓ ଆମ୍ବୁଲାନ୍ସ ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା ହେବ ଫଳରେ ଘଟଣା ସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, ସମ୍ବଲପୁରରୁ ୨ ଜଣ ରୋଗୀଙ୍କୁ ନେଇ ଆମ୍ବୁଲାନ୍ସଟି କଟକ ଅଭିମୁଖେ ଆସୁଥିଲା। ଏହି ସମୟରେ ଜରପଡ଼ା ନିକଟରେ ଏକ ଟ୍ୟାଙ୍କର ସହ ଆମ୍ବୁଲାନ୍ସଟି ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଗୁରୁତରଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗ୍ୟାସ ଟ୍ୟାଙ୍କର ଜବତ ହେବାସହ ପୋଲିସ୍ ଡ୍ରାଇଭରଙ୍କୁ ଅଟକ ରଖିଛି। ଏନେଇ ଅନୁଗୁଳ ଏସ୍ପି ଜଗମୋହନ ମୀନା ସୂଚନା ଦେଇଛ
More Stories
ଗୋଟିଏ ମୋବାଇଲ୍ ନମ୍ବରରେ ଏକାଧିକ ଆକାଉଣ୍ଟ ଥିଲେ ଆସିବନି ଟଙ୍କା…..
ଡିସିପି ଅଫିସ ସମ୍ମୁଖରେ ମୁହାଁମୁହିଁ ହେଲେ ଦୁଇ ଅଭିନେତା…..
ଓଟିଇଟି ରେଜଲ୍ଟ ପ୍ରକାଶ….