ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ହରିୟାଣା ଶିବାନୀର ଗାଁ ସେରଲା ନିକଟରେ ମର୍ମନ୍ତୁଦ ଦୁର୍ଘଟଣାରେ ୬ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ୪ ଜଣଙ୍କ ଘଟଣା ସ୍ଥଳରେ ଓ ୨ ଜଣଙ୍କର ହସ୍ପିଟାଲ ନେବା ବାଟରେ ମୃତ୍ୟୁ ହୋଇଥିଲା । କାର୍ ଓ ଟ୍ରକ ମଧ୍ୟରେ ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ମଙ୍ଗଳବାର ବିଳମ୍ବିତ ରାତିରେ କାର୍ରେ ଥିବା ୬ ଜଣ ଯୁବକ ସେରଲା ଗାଁ ଅଭିମୁଖେ ଆସୁଥିଲେ। ରାସ୍ତା କଡରେ ଠିଆ ହୋଇଥିବା ଟ୍ରକ ସହ ଏହି କାରର ଖୁବ୍ ଜୋରରେ ଧକ୍କା ହୋଇଥିଲା। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଜାରି ରଖିଛି।






More Stories
ତାରିକ ରହମାନଙ୍କ ଶପଥ ଗ୍ରହଣରେ ଯୋଗଦେବେ ଓମ୍ ବିର୍ଲା…..
ଗର୍ଲଫ୍ରେଣ୍ଡକୁ ସୁଟକେଶରେ ପୁରାଇ ଦେଲେ…..
ଆରାବଳୀକୁ କାହାକୁ ଛୁଇଁବାକୁ ଦେବୁ ନାହିଁ……