ରିପୋର୍ଟ କାର୍ଡ / ଖୋର୍ଦ୍ଧା
ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଚକାପଦାଠାରେ ବାଇକ୍-କାର୍ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ବାଇକ୍ ଆରୋହୀ ବାପ-ପୁଅଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକ ବାପା ବୋଲଗଡର ମଧୁସୂଦନ ଦାସ ଓ ପୁଅ କ୍ଷୀରୋଦ ଦାସ ବୋଲି ଜଣାପଡିଛି । ସୂଚନା ଅନୁସାରେ- ମଧୁସୂଦନ ଓ ତାଙ୍କ ପୁଅ ବୋଲଗଡରୁ କୌଣସି କାର୍ଯ୍ୟରେ ଖୋର୍ଦ୍ଧା ଅଭିମୁଖେ ଯାଉଥିଲେ । ଖୋର୍ଦ୍ଧା ବଲାଙ୍ଗୀର ୫୭ନଂ ଜାତୀୟ ରାଜପଥର ଚକାପଦାଠାରେ ସାମ୍ନା ପଟୁ ଦ୍ରୁତ ଗତିରେ ଆସୁଥିବା ଏକ କାର୍ ବାଇକକୁ ଧକ୍କା ଦେଇଥିଲା । ଫଳରେ ବାଇକ୍ରେ ଥିବା ବାପା-ପୁଅଙ୍କ ମୃତ୍ୟୁ ହୋଇଛି । କାର୍ ଚାଳକଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ବେଗୁନିଆ ପୋଲିସ ।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..