ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜମ୍ମୁକଶ୍ମୀରରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ବକୁ ଓଲଟି ପଡ଼ିଛି । ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୧୫ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଜଣ ଆହତ ହୋଇଥିବା ଜଣାପଡ଼ିଛି। ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଅନୁମାନ କରାଯାଉଛି। ଏହି ଭୟାବହ ଦୁର୍ଘଟଣା ରାଜୌରୀ ଜିଲ୍ଲାରେ ଘଟିଛି। ଅଧିକାରୀଙ୍କ ସୂତ୍ରରୁ ପ୍ରକାଶ, ପୋଲିସ ଓ ସ୍ଥାନୀୟଲୋକଙ୍କ ସାହାଯ୍ୟରେ ଉଦ୍ଧାରକାର୍ଯ୍ୟ ଜାରି ରହିଛି। ଘଟଣାସ୍ଥଳରୁ ଆହତଙ୍କୁ ଉଦ୍ଧାର କରି ଅଖନୁର ହସ୍ପିଟାଲ ଓ ଜମ୍ମୁର ସରକାରୀ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। ସେଠାରେ ଡାକ୍ତରମାନେ ଆହତଙ୍କ ଚିକିତ୍ସା ଆରମ୍ଭ କରି ଦେଇଛନ୍ତି। ଘଟଣାସ୍ଥଳରେ ଏନଡିଆରଏଫ ଓ ଏସଡିଆରଏଫ ଦଳ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଏଥିସହିତ ମୃତକ ଓ ଆହତ ଯାତ୍ରୀଙ୍କ ପରିବାରକୁ ଏହି ଦୁର୍ଘଟଣା ସମ୍ପର୍କରେ ଖବର ଦିଆଯାଇଛି।






More Stories
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..
ଆପ ଅଭିଯୋଗକୁ ରାଘବଙ୍କ ଖଣ୍ଡନ…..
ଇସ୍ରାଏଲକୁ ଉଡ଼ିବନି ଏୟାର ଇଣ୍ଡିଆ ବିମାନ…..