ରିପୋର୍ଟ କାର୍ଡ / କୋରାପୁଟ
କୋରାପୁଟ ଜିଲ୍ଲା ସୁଙ୍କି ଘାଟିରେ ୨ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି । ସୂଚନାନୁସାରେ, ଜାତୀୟ ରାଜପଥ ୨୬ର ସୁଙ୍କି ଘାଟି ଠାରେ ଦୁଇଟି ମାଲବାହୀ ଟ୍ରକ୍ ମୁହାଁମୁହିଁ ହୋଇଛନ୍ତି । ତେବେ କେହି ମୃତାହତ ହୋଇଛନ୍ତି ନା ନାହିଁ ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ ।ଦୁର୍ଘଟଣା ପରେ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି । ଉଭୟ ଦିଗରେ ଶହଶହ ଗାଡିମଟର ଅଟକି ରହିଛି । ଏପରିକି ଓଡିଶା ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ଯାତାୟତ ଠପ୍ ହୋଇଯାଇଛି ।






More Stories
ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ!…..
ଡି.ଏ.ଭି.ପବ୍ଲିକ ସ୍କୁଲ ରେ ‘ହର ଘର ତିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ…..
“ମୋ କଣ୍ଠ, ମୋ ପରିଚୟ” ପ୍ରତିଯୋଗିତା ଅନୁଷ୍ଠିତ…..