ରିପୋର୍ଟ କାର୍ଡ / ଉମରକୋଟ
ଗଛରେ କାର୍ ପିଟି ହୋଇ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଫଳରେ କାର୍ରେ ଥିବା ୩ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ନବରଙ୍ଗପୁର ଜିଲ୍ଲା ଡ଼ାବୁଗାଁ ଥାନା ସରାଗୁଡ଼ା ନିକଟରେ ଘଟିଛି। ମୃତକ ୩ ଜଣ ହେଲେ ନବରଙ୍ଗପୁର ସହର ସ୍ଥିତ ଗାଦୁଆଗୁଡ଼ା ସାହିର ଏମ୍ଡି ସଦାମ, ରବିନ ହିଆଲ ଓ ସବନ ହିଆଲ୍ । ଗତକାଲି ବିଳମ୍ବିତ ରାତିରେ କାର୍ଟି ଉମରକୋଟଠାରୁ ନବରଙ୍ଗପୁର ଅଭିମୁଖେ ଯାଉଥିଲା। ଏହି ସମୟରେ କାର୍ରେ ୫ ଜଣ ଥିଲେ। ଦ୍ରୁତ ଗତିରେ ଥିବା କାର୍ଟି ସରାଗୁଡ଼ା ନିକଟରେ ଥିବା ବୁଲାଣିରେ ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇ ଯାଇଥିଲା। ଖବର ପାଇ ଡାବୁଗାଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଗୁଡିକୁ ଜବତ କରିବା ସହ ଦୁଇ ଗୁରୁତର ଆହତଙ୍କୁ କୋରାପୁଟ ମେଡିକାଲରେ ଭର୍ତ୍ତି କରିଛି।






More Stories
୧୯ରୁ ମାଟ୍ରିକ ପରୀକ୍ଷା……
ଆସିଲା ସୁଭଦ୍ରା ଟଙ୍କା…..
ଶ୍ରୀମନ୍ଦିରକୁ ବୋମା ଧମକ ଦେଇଥିବା ଅଭିଯୁକ୍ତ ଗିରଫ…..