ରିପୋର୍ଟ କାର୍ଡ / ଉତ୍ତରପ୍ରଦେଶ
ଉତ୍ତରପ୍ରଦେଶର ଚିତ୍ରକୁଟ ଜିଲ୍ଲାରେ ଶନିବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ରାସ୍ତାକଡରେ ଶୋଇଥିବା ଲୋକଙ୍କ ଉପରେ ଏକ ଟ୍ରକ ମାଡି ଯିବାରୁ ୬ ଜଣଙ୍କ ମୃତ୍ୟୁ ଘଟିଛି। ଜଣେ ଗୁରୁତର ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି। ମିଳିଥିବା ସୂଚନାନୁଯାୟୀ, ଚିତ୍ରକୁଟ ଜିଲ୍ଲାରେ ଝାନ୍ସି-ମିର୍ଜାପୁର ଜାତୀୟ ରାଜପଥର ଭରତକୁପ ଥାନା ଅଞ୍ଚଳରେ ରାସ୍ତାକଡରେ ଶୋଇଥିବା ଗ୍ରାମବାସୀଙ୍କ ଉପରେ ଅନିୟନ୍ତ୍ରିତ ହୋଇ ଏକ ଟମାଟୋ ବୋଝେଇ ଟ୍ରକ ମାଡି ଯାଇଥିଲା। ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପାଇଁ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକ ପରିଜନଙ୍କୁ ୨ ଲକ୍ଷ ଲେଖାଏଁ ଓ ଆହତଙ୍କୁ ୫୦ ହଜାର ସହାୟତା ରାଶି ଘୋଷଣା କରିବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….